/odishatv-khabar/media/post_attachments/uploadimage/library/16_9/16_9_0/joranda-mela-start_1626691760.jpg)
joranda mela start
ଢ଼େଙ୍କାନାଳ : ଆଜିଠାରୁ ଢ଼େଙ୍କାନାଳରେ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଯୋରନ୍ଦା ମେଳା । ୩ ଦିନ ଧରି ପାଳିତ ହେବାକୁ ଥିବା ଏହି ମେଳାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଦେଶ ବିଦେଶରୁ ବହୁ ସାଧୁସନ୍ଥ ମାନଙ୍କର ଆଗମନ ହେବ । ଏହାସହିତ ଅଲେଖ ମହିମା ଧ୍ୱନୀରେ ପ୍ରକମ୍ପିତ ହେବ ଏହି ମହିମାଗାଦି । ଉଭୟ ବକ୍କଳ ଧାରୀ ଓ କୌପିନଧାରୀ ମହିମା ସମାଜ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।
Advertisment
ମାଘ ଚତୁର୍ଦ୍ଦଶୀ, ଗୁରୁ ପୂର୍ଣ୍ଣିମା ଓ ବାବା ପୂର୍ଣ୍ଣିମା ଭାବରେ ପାଳିତ ହେବ ଏହି ମେଳା। ପୁଲିସ ଓ ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି କରାଯାଇଛି । ବିଶ୍ୱର କଲ୍ୟାଣ ଉଦ୍ଦେଶ୍ୟରେ ଏ ବର୍ଷ ୩ ଦିନ ଧରି ଝାଡ଼ ଦ୍ୱୀପ ପ୍ରଜ୍ଜଳନ କରାଯିବ । ହଜାର ହଜାର ଶ୍ରଦ୍ଧାଳୁ ନିଜର ମାନସିକ ପୂରଣ ଉଦ୍ଦେଶ୍ୟରେ ମୁଣ୍ଡନ କରାଇବେ। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ରାସ୍ତାଘାଟ, ପାନୀୟଜଳ, ଆଲୋକ ଓ ରାତ୍ର ଆଶ୍ରୟସ୍ଥଳୀର ବନ୍ଦୋବସ୍ତ କରାଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)