CP-Mohanty
ଭୁବନେଶ୍ୱର : ଓଡ଼ିଆ ସେନାଧିକାରୀଙ୍କୁ ବଡ଼ ପଦବୀ । ଲେଫ୍ଟନାଣ୍ଟ ଜେନେରାଲ୍ ସି.ପି. ମହାନ୍ତି ସଦର୍ଣ୍ଣ ଆର୍ମି କମାଣ୍ଡର ଭାବେ ନିଯୁକ୍ତ ହୋଇଛନ୍ତି । ଲେଫ୍ଟନାଣ୍ଟ ଜେନେରାଲ୍ ଏସ୍.କେ ସାଇନିଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିବେ ।
ପାକିସ୍ତାନ ଓ ଚୀନ୍ ସୀମାରେ ଅପରେସନ୍ ସହିତ ଆସାମରେ ଅନୁପ୍ରବେଶ ବିରୋଧୀ ମୁକାବିଲାରେ ଲେଫ୍ଟନାଣ୍ଟ ଜେନେରାଲ୍ ସି.ପି. ମହାନ୍ତିଙ୍କ ଅଭିଜ୍ଞତା ରହିଛି । ଭାରତୀୟ ସେନାର କମାଣ୍ଡର ଭାବେ ଦାୟିତ୍ୱ ସମ୍ଭାଳିବାରେ ଦ୍ୱିତୀୟ ଓଡ଼ିଆ ହେଉଛନ୍ତି ସି. ପି. ମହାନ୍ତି।
ପୂର୍ବରୁ ଲେଫ୍ଟନାଣ୍ଟ କଲୋନେଲ୍ ଜେ. କେ. ମହାନ୍ତି ମଧ୍ୟ କମାଣ୍ଡର ହୋଇଥିଲେ। ତେବେ ଗତକାଲି ସଦର୍ଣ୍ଣ ସହ ନୂଆ ନର୍ଦର୍ଣ୍ଣ ଆର୍ମି କମାଣ୍ଡରଙ୍କୁ ମଧ୍ୟ ନିଯୁକ୍ତି ଦେଇଛନ୍ତି ସରକାର। ଲେଫ୍ଟନାଣ୍ଟ ଜେନେରାଲ୍ ଓ୍ୱାଇ.କେ ଯୋଶୀ ନର୍ଦର୍ଣ୍ଣ ଆର୍ମି କମାଣ୍ଡର ଭାବେ ନିଯୁକ୍ତ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/CP-Mohanty_1626690600.jpg)