baijayanta
କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ତଥା ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏକ ଶୋଭାଯାତ୍ରାରେ କେନ୍ଦ୍ରାପଡ଼ା ଜିଲ୍ଲପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।
ଆଜି ଦିନ ୧୦ଟାରେ ସେ ବଉଳ ବିହାରର ହେଲିପ୍ୟାଡ୍ରେ ପହଞ୍ଚିବା ପରେ ପ୍ରଥମେ କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀବଳଦେବଜୀଉଙ୍କ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ଏହାପରେ ରାମ ମନ୍ଦିର ଯାଇ ପୂଜା କରିଥିଲେ। ପୂଜାର୍ଚ୍ଚନା ପରେ ସେ ତିନି ମୁହାଣି ଛକରୁ ଏକ ବିରାଟ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/baijayanta-1_1626341894.jpg)