/odishatv-khabar/media/post_attachments/uploadimage/library/16_9/16_9_0/kendrapada_1625435522.jpg)
kendrapada
କେନ୍ଦ୍ରାପଡା: ଜମିବାଡ଼ି ବିବାଦକୁ ନେଇ ମରଣାନ୍ତକ ଆକ୍ରମଣ। ଆକ୍ରମଣରେ ୬ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ପାଟକୁରା ଥାନା ଶାଶିନୀପଡା ଗାଁରେ।
Advertisment
ଖବର ଅନୁଯାୟୀ, ଦୁଇ ପରିବାର ମଧ୍ୟରେ ଜମିବାଡ଼ି ବିବାଦକୁ ନେଇ ଏଭଳି କାଣ୍ଡ ଘଟିଥିବା ଜଣାପଡ଼ିଛି। ଏଥିରେ ଆହତ ହୋଇଥିବା ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଏମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଦୀର୍ଘଦିନ ହେବ ଦୁଇ ପରିବାର ମଧ୍ୟରେ ୨୬ ଡିସିମିଲ ଜମି ପାଇଁ ବିବାଦ ଲାଗିରହିଥିଲା ।
ଆଜି ସକାଳୁ ଦୁଇ ପରିବାର ମଧ୍ୟରେ ବଚସା ହୋଇଥିଲା । ଯାହା ପରବର୍ତ୍ତୀ ସମୟରେ ଉଗ୍ର ରୂପ ଧାରଣ କରିଥିଲା । ଗୋଟିଏ ପରିବାରର ଆକ୍ରମଣରେ ଅନ୍ୟ ପରିବାରର ୬ ଜଣ ଗୁରୁତର ହୋଇଛନ୍ତି । ଏ ସମ୍ପର୍କରେ ସ୍ଥାନୀୟ ପୋଲିସର ପ୍ରତିକ୍ରିୟା ମିଳିପାରି ନାହିଁ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)