Advertisment

୭୦% ସିଲାବସ୍‌ ମଧ୍ୟରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ମାର୍କିଂରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଅଫ୍‌ଲାଇନ୍‌ରେ ପରୀକ୍ଷା ହେବ। ଏଥିପାଇଁ ଆସନ୍ତା ୫ ତାରିଖରୁ ଫର୍ମ ଫିଲପ୍ ପ୍ରକ୍ରିୟା ଆରମ୍ଭ ହେବ। ଜୁଲାଇ ୧୪ ତାରିଖ ପର୍ଯ୍ୟନ୍ତ ଫର୍ମ ଫିଲପ୍ ଚାଲିବ। ଜୁଲାଇ ୩୦ରୁ ଅଗଷ୍ଟ…

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୭୦% ସିଲାବସ୍‌ ମଧ୍ୟରେ ହେବ ମାଟ୍ରିକ ପରୀକ୍ଷା

students

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ମାର୍କିଂରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଅଫ୍‌ଲାଇନ୍‌ରେ ପରୀକ୍ଷା ହେବ। ଏଥିପାଇଁ ଆସନ୍ତା ୫ ତାରିଖରୁ ଫର୍ମ ଫିଲପ୍ ପ୍ରକ୍ରିୟା ଆରମ୍ଭ ହେବ। ଜୁଲାଇ ୧୪ ତାରିଖ ପର୍ଯ୍ୟନ୍ତ ଫର୍ମ ଫିଲପ୍ ଚାଲିବ। ଜୁଲାଇ ୩୦ରୁ ଅଗଷ୍ଟ ୫ ଯାଏ ପରୀକ୍ଷା ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ସୂଚନା ଦେଇଛନ୍ତି। କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ କରି ପରୀକ୍ଷା କରାଯିବ।

Advertisment

ମନ୍ତ୍ରୀ ସମୀର ଦାଶ କହିଛନ୍ତି, ୩୦% ସିଲାବସ୍ ହ୍ରାସ ହୋଇଥିବାରୁ ୭୦% ମଧ୍ୟରେ ପରୀକ୍ଷା ହେବ। ଆଉ ପରୀକ୍ଷାର ୧୫ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯିବ। ତେଣୁ ପରୀକ୍ଷା ଫଳାଫଳକୁ ନେଇ ଯେଉଁମାନଙ୍କର ଶଙ୍କା ରହିଛି, ସେମାନେ ଫର୍ମ ଫିଲପ୍‌ କରନ୍ତୁ।

ସୂଚନାଥାଉ କି, ଚଳିତ ଥର ମାଟ୍ରିକ ପରୀକ୍ଷାରେ ୯୭.୮୯% ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ମୋଟ୍‌ ୫ ଲକ୍ଷ ୭୪ ହଜାର ୧୨୫ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫ଲକ୍ଷ ୬୨ ହଜାର ୧୦ ଜଣ ଛାତ୍ରଛାତ୍ରୀ ପାସ୍ କରିଥିଲେ।

Advertisment

ମାଟ୍ରିକ ରେଜଲ୍ଟରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ କରୋନାର ସ୍ଥିତି ସ୍ୱାଭାବିକ ହେଲେ ପୁଣିଥରେ ପରୀକ୍ଷା ଦେଇପାରିବେ ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଥିଲେ। ମହାମାରୀ କରୋନା ପାଇଁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ହୋଇନଥିଲା। ସେଥିପାଇଁ ବିନା ପରୀକ୍ଷା ଗତ ୨୫ ତାରିଖରେ ମାଟ୍ରିକ ପରୀକ୍ଷା ଫଳାଫଳ ପ୍ରକାଶ ପାଇଥିଲା।

ମାଟ୍ରିକରେ ନିଜ ଦକ୍ଷତା ଅନୁସାରେ ରେଜଲ୍ଟ ମିଳିନଥିବା ଅଭିଯୋଗ କରି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ପ୍ରତିବାଦ ଜଣାଇ ଥିଲେ ଉଭୟ ଛାତ୍ରଛାତ୍ରୀ ଓ ଅଭିଭାବକ। ଆଶାନୁରୂପକ ମାର୍କ ମିଳିନଥିବାରୁ ଏହାର ତୀବ୍ର ବିରୋଧ ଦେଖିବାକୁ ମିଳିଥିଲା।

Advertisment
Advertisment