Advertisment

କାଲି ବାହାରିବ ମାଟ୍ରିକ୍‌ ରେଜଲ୍ଟ

କଟକ: ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ। ଏହାସହ ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। କଟକ BSE ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟା ପରେ ୱେବ୍‌ସାଇଟ୍‌ରେ ରେଜଲ୍ଟ ଉପଲ୍ଲବ୍ଧ…

ଅଦ୍ୟତନ ହୋଇଛି
କାଲି ବାହାରିବ ମାଟ୍ରିକ୍‌ ରେଜଲ୍ଟ

matric results

Advertisment

କଟକ: ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ। ଏହାସହ ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। କଟକ BSE ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟା ପରେ ୱେବ୍‌ସାଇଟ୍‌ରେ ରେଜଲ୍ଟ ଉପଲ୍ଲବ୍ଧ ହେବ। ଛାତ୍ରଛାତ୍ରୀ www.bseodisha.ac.in www.bseodisha.nic.in ୱେବ୍‌ସାଇଟ୍‌ରେ ରେଜଲ୍ଟ ଚେକ୍‌ କରିପାରିବେ।

Advertisment

ଯଦି ଇଣ୍ଟରନେଟ୍ ସୁବିଧା ନଥାଏ ତା’ହେଲେ ଛାତ୍ରଛାତ୍ରୀ SMS କରି ରେଜଲ୍ଟ ଜାଣି ପାରିବେ।  OR01 < Roll N0 > ଲେଖି 5676750କୁ SMS କଲେ ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ।

ଜୁନ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ ବୋଲି କିଛିଦିନ ପୂର୍ବେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ। ମାଟ୍ରିକ୍‌ ରେଜଲ୍ଟ ବାହାରିବା ନେଇ ସେ କହିଥିଲେ, ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ୍ ଭାବେ କରାଯାଉଛି। ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି।

Advertisment

ମାଟ୍ରିକ୍ ରେଜଲ୍ଟ ପାଇଁ ଚୂଡ଼ାନ୍ତ ମୂଲ୍ୟାୟନ ପଦ୍ଧତିକୁ ଗତ ମାସରେ ବୋର୍ଡ ଅନୁମୋଦନ କରିଥିଲା। ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ମୂଲ୍ୟାୟନ ହେବ ବୋଲି କୁହାଯାଇଥିଲା। ଚୂଡ଼ାନ୍ତ ମୂଲ୍ୟାୟନ ପଦ୍ଧତି ଅନୁସାରେ ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ମାର୍କକୁ ବିଚାରକୁ ନିଆଯିବ। ସେହିଭଳି ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ୍‌ ପରୀକ୍ଷାରେ ପିଲା ରଖିଥିବା ମାର୍କକୁ ମଧ୍ୟ ବିଚାରକୁ ନିଆଯିବ। ନବମର ୪୦ ପ୍ରତିଶତ ମାର୍କକୁ ଗୁରୁତ୍ୱ ଦିଆଯିବ।

BSE Odisha 10th Result 2021
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ