Matric Students Travel by Tractor Photograph: (OTV)
ଟ୍ରାକ୍ଟରରେ ବୁହାହେଲେ ଛାତ୍ରଛାତ୍ରୀ। ବାଜିରେ ଲାଗିଛି ମାଟ୍ରିକ ପରୀକ୍ଷାର୍ଥୀଙ୍କ ଜୀବନ। ପରୀକ୍ଷା କେନ୍ଦ୍ରକୁ ଟ୍ରାକରରେ ବସି ଯିବାର ଭିଡିଓ ଭାଇରାଲ୍। ଏଭଳି ଘଟଣା ସାମ୍ନାକୁ ଆସିଛି କନ୍ଧମାଳ ଜିଲ୍ଲା କ.ନୁଆଗାଁ ଅଞ୍ଚଳରୁ।
ପି.ଏମ୍.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ବସି କୁଡୁତୁଲି ଉଚ୍ଚ ବିଦ୍ୟାଳୟକୁ ଯାଇଥିଲେ। ସାଙ୍ଗରେ କେହି ଗାଇଡ୍ ଶିକ୍ଷକ କିମ୍ବା ବିଦ୍ୟାଳୟର କର୍ମଚାରୀ ମଧ୍ୟ ନଥିଲେ।
ଏହି ଭିଡିଓ ସାମ୍ନାକୁ ଆସିବା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏବଂ ଜିଲ୍ଲା ପ୍ରଶାସନ ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଉପଯୁକ୍ତ କାର୍ଯାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/21/matric-students-travel-by-tractor-2026-02-21-14-58-14.jpg)