Advertisment

Mission Shakti Gets a New Look: ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ, ଏହି ଦିନରୁ ଲାଗୁ ହେବ ନୂଆ ଡ୍ରେସ୍ କୋଡ୍

ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ୍। ନୂଆ ରୂପ ପାଇବ ମିଶନ ଶକ୍ତି।  ବଦଳିବ ଡ୍ରେସ୍  କୋଡ୍। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ୍ କୋଡ୍।

Smart Phone

Smart Phone Photograph: (OTV)

Advertisment

ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ୍। ନୂଆ ରୂପ ପାଇବ ମିଶନ ଶକ୍ତି।  ବଦଳିବ ଡ୍ରେସ୍  କୋଡ୍। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ୍ କୋଡ୍। ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ୍  ମିଳିବ। 

Advertisment

୪୬ ହଜାର ସିଆରପିଙ୍କୁ ସ୍ମାର୍ଟ ଫୋନ୍ ମିଳିବ। ମିଶନ ଶକ୍ତି ମହିଳାଙ୍କୁ ଦିଆଯିବାକୁ ଥିବା ଶାଢୀରେ ଓଡ଼ିଆ ଅସ୍ମିତାର ଝଲକ ରହିବ ବୋଲି ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରନ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏଭଳି କିଛି ବଡ଼ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ। 

ମହିଳା ସଶକ୍ତିକରଣ ଏବଂ ମାଆ ମାନଙ୍କର ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ ବ୍ୟବସ୍ଥା ସହାୟକ ହୋଇଛି। ଏହା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଭିତ୍ତିକୁ ସୁଦୃଢ଼ କରିବା ସହିତ ଅଧିକ ବଜାର ସୁଯୋଗ ସୃଷ୍ଟି କରି ମହିଳା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରୁଛି ବୋଲି କହିଛନ୍ତି।

Advertisment

ସେ ଆହୁରି କହିଛନ୍ତି ଯେ ନୂଆ ସରକାର ଆସିବା ପରେ ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରସ୍ତ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଇଛି। ପୂର୍ବରୁ ତିନୋଟି ପର୍ଯ୍ୟାୟରେ ୩୧୮ କୋଟି ୩୦ ଲକ୍ଷ ୧୬ ହଜାର ୬୪୫ ଟଙ୍କା ଦିଆଯାଇଛି। ୫ ଲକ୍ଷ ୪୪ ହଜାର ୪୯୩ ଗୋଷ୍ଠୀଙ୍କୁ ଏହି ସହାୟତା ପ୍ରଦାନ କରାଯାଇଛି। ୨ ଲକ୍ଷ ୮୦ହଜାର ୫୮୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟି ୬୬ ଲକ୍ଷ ୩୮ ହଜାର ୨୫୨ ଟଙ୍କା ଫେରସ୍ତ କରାଯାଇଛି।

Odisha Deputy Chief Minister Pravati Parida Mission Shakti Mission Shakti Department
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ