Advertisment
ବିଜେଡିର ବଡ଼ ଆକ୍ସନ୍। ୨ ବିଧାୟକଙ୍କୁ ସସପେଣ୍ଡ କଲା ବିଜେଡି। ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ନିଲମ୍ବିତ। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଆକ୍ସନ୍ ନିଆଯାଇଥିବା କହିଛି ବିଜେଡି।
Advertisment
ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ଦଳରୁ ନିଲମ୍ବିତ ହୋଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ଏହି ଦୁଇ ବିଧାୟକଙ୍କୁ ନିଲମ୍ବିତ କରାଯାଇଛି । ଉଭୟଙ୍କୁ ଦଳରୁ ନିଲମ୍ବନ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଉଭୟ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ଗତ ୨୦୨୪ ବିଧାନସଭା ନିର୍ବାଚନରେ ବିଜେଡି ଟିକେଟରେ ଲଢ଼ି ବିଧାୟକ ହୋଇଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/01/15/bjd-2026-01-15-18-45-13.jpg)