Advertisment

୧୫ ଜିଲ୍ଲାରୁ ୬୩ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୬୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ୧୫ ଜିଲ୍ଲାରୁ ଆକ୍ରାନ୍ତ ୬୩ ଜଣଙ୍କ ମଧ୍ୟରୁ ୬୧ କ୍ୱାରେଣ୍ଟିନ କେନ୍ଦ୍ରର ହୋଇଥିବାବେଳେ ୨ଜଣ ସ୍ଥାନୀୟ ବାସିନ୍ଦା। ଆଜି ଚିହ୍ନଟ ହୋଇଥିବା ୬୩ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୨ ଜଣ ଥିବାବେଳେ ଜଗତ୍‌ସିଂହପୁରର ୧୧, ଢେଙ୍କାନାଳର ୯ […]

author-image
Minati Mishra
୧୫ ଜିଲ୍ଲାରୁ ୬୩ ନୂଆ କରୋନା ପଜିଟିଭ ଚିହ୍ନଟ

CORONA-HEAVY

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୬୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

୧୫ ଜିଲ୍ଲାରୁ ଆକ୍ରାନ୍ତ ୬୩ ଜଣଙ୍କ ମଧ୍ୟରୁ ୬୧ କ୍ୱାରେଣ୍ଟିନ କେନ୍ଦ୍ରର ହୋଇଥିବାବେଳେ ୨ଜଣ ସ୍ଥାନୀୟ ବାସିନ୍ଦା। ଆଜି ଚିହ୍ନଟ ହୋଇଥିବା ୬୩ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୨ ଜଣ ଥିବାବେଳେ ଜଗତ୍‌ସିଂହପୁରର ୧୧, ଢେଙ୍କାନାଳର ୯ ଜଣ ଅଛନ୍ତି।

ସେହିପରି ନୟାଗଡ଼ରୁ ୭, ବଲାଙ୍ଗିରରୁ ୬, ଗଞ୍ଜାମରୁ ୪, ବାଲେଶ୍ୱର ଓ କଟକରୁ ୩ ଲେଖାଏଁ, ସୁନ୍ଦରଗଡ଼ରୁ ୨, ପୁରୀ, ମୟୂରଭଞ୍ଜ, କୋରାପୁଟ, ସମ୍ବଲପୁର, ଝାରସୁଗୁଡ଼ା, ନବରଙ୍ଗପୁରରୁ  ଜିଲ୍ଲାରୁ ଜଣେ  କରୋନା ରୋଗୀ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Advertisment

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ଟିଭ କେସ୍‌ ୮୨୭ ଥିବାବେଳେ ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ ଜଣଙ୍କର କରୋନା ଜନିତ ମୃତ୍ୟୁ ଘଟିଛି। ଗତକାଲି ରାଜ୍ୟରେ ୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Coronavirus In Odisha Novel Coronavirus Odisha Odisha Breaking News Odia News Odia News Live Corona Virus Odisha Coronavirus Latest News Odisha Coronavirus Pandemic Odisha Khabar Odisha Today Odia Khabar Odisha Khabar
Advertisment
Advertisment