Advertisment

ତାତିରୁ ମିଳିଲା ଆଶ୍ୱସ୍ତି: ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଗତକାଲି ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଦିନରେ ପ୍ରବଳ ତାତି ଅନୁଭୂତ ହୋଇଥିଲେ ମଧ୍ୟ ଅପରାହ୍ନରେ କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ତୁହାକୁ ତୁହା ବର୍ଷା ସାଙ୍ଗକୁ ବିଜୁଳି ମାରିଥିଲା। ଫଳରେ ଲୋକଙ୍କୁ ତାତିରୁ ଆଶ୍ୱସ୍ତି ମିଳିଥିଲା। ନବରଙ୍ଗପୁର ଜିଲ୍ଲା ଉମରକୋଟର ରାଇଘର ବ୍ଲକରେ ପ୍ରବଳ ପବନ ଯୋଗୁ ଗଛ ଉପୁଡ଼ି ପଡ଼ିଥିଲା।  ଏଥିଯୋଗୁଁ ରାସ୍ତା ଅବରୋଧ ହେବାରୁ ପୋଲିଂ ପାର୍ଟି ଅଟକି ରହିଥିଲେ। ପରେ ପ୍ରଶାସନ ପକ୍ଷରୁ ପୋଲିଂ ପାର୍ଟିକୁ […]

author-image
Jyotsnamayee Pradhan
ତାତିରୁ ମିଳିଲା ଆଶ୍ୱସ୍ତି: ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା

rain

ଭୁବନେଶ୍ୱର: ଗତକାଲି ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଦିନରେ ପ୍ରବଳ ତାତି ଅନୁଭୂତ ହୋଇଥିଲେ ମଧ୍ୟ ଅପରାହ୍ନରେ କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ତୁହାକୁ ତୁହା ବର୍ଷା ସାଙ୍ଗକୁ ବିଜୁଳି ମାରିଥିଲା। ଫଳରେ ଲୋକଙ୍କୁ ତାତିରୁ ଆଶ୍ୱସ୍ତି ମିଳିଥିଲା।

Advertisment

tree

ନବରଙ୍ଗପୁର ଜିଲ୍ଲା ଉମରକୋଟର ରାଇଘର ବ୍ଲକରେ ପ୍ରବଳ ପବନ ଯୋଗୁ ଗଛ ଉପୁଡ଼ି ପଡ଼ିଥିଲା।  ଏଥିଯୋଗୁଁ ରାସ୍ତା ଅବରୋଧ ହେବାରୁ ପୋଲିଂ ପାର୍ଟି ଅଟକି ରହିଥିଲେ। ପରେ ପ୍ରଶାସନ ପକ୍ଷରୁ ପୋଲିଂ ପାର୍ଟିକୁ ଅଣାଯାଇଥିଲା। ରାଇଘର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ସଫା କରିଥିଲେ।

ଗତକାଲି ୭ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ଥିଲା। ତାଳଚେର ରାଜ୍ୟର ଉତ୍ତପ୍ତ ସହର ଭାବେ ତାପମାପାତ୍ରା ୪୧.୮ଡିଗ୍ରୀ ରେକର୍ଡ କରାଯାଇଥିଲା।

Advertisment

ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଉତ୍ତର ଓଡିଶାରେ କାଳବୈଶାଖୀର ପ୍ରଭାବ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ଆଶଙ୍କା ରହିଛି।

Advertisment
Advertisment