Advertisment

୨୦ ତାରିଖ ଯାଏ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଉତ୍ତରରୁ ଦକ୍ଷିଣ ଓଡ଼ିଶାର ବହୁ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କାଳବୈଶାଖୀ ବର୍ଷା ସହ ବିଭିନ୍ନ ସ୍ଥାନରେ ବଜ୍ରପାତ ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳରେ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଅନୁମାନ କରାଯାଉଛି। ତେଣୁ […]

author-image
Jyotsnamayee Pradhan
୨୦ ତାରିଖ ଯାଏ କାଳବୈଶାଖୀ ବର୍ଷା

rain

ଭୁବନେଶ୍ୱର: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଉତ୍ତରରୁ ଦକ୍ଷିଣ ଓଡ଼ିଶାର ବହୁ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କାଳବୈଶାଖୀ ବର୍ଷା ସହ ବିଭିନ୍ନ ସ୍ଥାନରେ ବଜ୍ରପାତ ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Advertisment

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳରେ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଅନୁମାନ କରାଯାଉଛି। ତେଣୁ ଏହି ଅଞ୍ଚଳରେ ପାଣିପାଗ ବିଭାଗ ସତର୍କ ରହିବାକୁ ପରାମର୍ଶ ଦେଇଛି।

୨୧ ତାରିଖ ଆଡ଼କୁ ପାଗ ପରିବର୍ତ୍ତନ ହୋଇ ପୁଣି ଖରା ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି।

Advertisment

Advertisment
Advertisment