Advertisment

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ। ଓଡ଼ିଶାର ୬ଟି ଲୋକସଭା ତଥା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ସହ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ବିଜ୍ଞପ୍ତି ପ୍ରକାଶ ସହ ଆଜିଠାରୁ ହିଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏପ୍ରିଲ ୯ ଯାଏ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଏପ୍ରିଲ ୧୦ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୧୨ ତାରିଖ ସୁଦ୍ଧା […]

author-image
Sangita Sahu
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

commission

ଭୁବନେଶ୍ୱର: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ। ଓଡ଼ିଶାର ୬ଟି ଲୋକସଭା ତଥା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ସହ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ।
ବିଜ୍ଞପ୍ତି ପ୍ରକାଶ ସହ ଆଜିଠାରୁ ହିଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏପ୍ରିଲ ୯ ଯାଏ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଏପ୍ରିଲ ୧୦ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୧୨ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ସାଧାରଣ ନିର୍ବାଚନ ପାଇଁ ଏପ୍ରିଲ ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ହେବ।

Advertisment

Advertisment
Advertisment