Advertisment

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର:ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ରହିଛି ମାର୍ଚ୍ଚ ୨୫।  ମାର୍ଚ୍ଚ ୨୬ରେ ନାମାଙ୍କନ ଯାଞ୍ଚ କରାଯିବ। ମାର୍ଚ୍ଚ ୨୮ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ଏପ୍ରିଲ ୧୧ରେ […]

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି

e;lection

Advertisment

ଭୁବନେଶ୍ୱର:ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ରହିଛି ମାର୍ଚ୍ଚ ୨୫।  ମାର୍ଚ୍ଚ ୨୬ରେ ନାମାଙ୍କନ ଯାଞ୍ଚ କରାଯିବ। ମାର୍ଚ୍ଚ ୨୮ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ଏପ୍ରିଲ ୧୧ରେ ଭୋଟ୍ ଗ୍ରହଣ ହେବ।

Advertisment

ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା ଆସନ ଏବଂ ଏହା ଅଧୀନରେ ଆସୁଥିବା ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ। ଓଡ଼ିଶାର ୪ ଲୋକସଭା ଆସନ ସମେତ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ସାରା ଦେଶର ୯୧ଟି ଲୋକସଭା ଆସନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ