Advertisment

Nominations Begin Today: ଆଜିଠୁ ନୂଆପଡ଼ା ଉପନିର୍ବାଚନ ନାମାଙ୍କନ, ୨୪ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ

ଆଜିଠୁ ନୂଆପଡ଼ା ଉପନିର୍ବାଚନ ନାମାଙ୍କନ । ଆସନ୍ତା ୨୦ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନିଜର ନାମାଙ୍କନପତ୍ର ଦାଖଲ କରିପାରିବେ। ଅକ୍ଟୋବର ୨୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ଚଳିତ ମାସ ୨୪ ତାରିଖ।

author-image
Manas Ranjan Mohanty
NUAPADA

NUAPADA Photograph: (OTV)

ଆଜିଠୁ ନୂଆପଡ଼ା ଉପନିର୍ବାଚନ ନାମାଙ୍କନ । ଆସନ୍ତା ୨୦ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନିଜର ନାମାଙ୍କନପତ୍ର ଦାଖଲ କରିପାରିବେ। ଅକ୍ଟୋବର ୨୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ଚଳିତ ମାସ ୨୪ ତାରିଖ। ନଭେମ୍ବର ୧୧ରେ ଭୋଟ ଗ୍ରହଣ ଓ ୧୪ ତାରିଖରେ ଭୋଟ୍ ଗଣତି କରାଯିବ। ୧୬ ତାରିଖ ସୁଦ୍ଧା ସମଗ୍ର ନିର୍ବାଚନ ପ୍ରକ୍ରିୟା ଶେଷ ହେବ। ନୂଆପଡ଼ା ନିର୍ବାଚନମଣ୍ଡଳୀରେ ୩୫୮ଟି ମତଦାନ କେନ୍ଦ୍ର ରହିଛି। ସବୁ ମତଦାନ କେନ୍ଦ୍ରରେ ୱେବ୍ କାଷ୍ଟିଂ ବ୍ୟବସ୍ଥା କରାଯିବ। ବୁଥ୍ ଭିତରକୁ ମତଦାତାମାନେ ନିଜର ମୋବାଇଲ ଫୋନ୍ ନେଇପାରିବେ ନାହିଁ। ନୂଆପଡ଼ା ନିର୍ବାଚନମଣ୍ଡଳୀରେ ମୋଟ୍  ୨ ଲକ୍ଷ ୪୮ ହଜାର ୨୫୬ ଜଣ ଭୋଟର ରହିଛନ୍ତି। ସେଥିମଧ୍ୟରୁ ୧.୨୨ ଲକ୍ଷ ପୁରୁଷ ଓ ୧.୨୬ ଲକ୍ଷ ମହିଳାଙ୍କ ସମେତ ୨୧ଜଣ ତୃତୀୟ ଲିଙ୍ଗ ଓ ୪ ହଜାର ଭିନ୍ନକ୍ଷମ ଭୋଟର ରହିଛନ୍ତି। ୮୫ ବର୍ଷରୁ ଅଧିକ ୨୦୦୭ ଜଣ ଭୋଟର ରହିଛନ୍ତି। କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହାନ୍ତି ଉଭୟ ବିଜେପି ଓ ବିଜେଡି । ଗତକାଲି ବିଜେପି କୋର୍ କମିଟି ବୈଠକରେ ପ୍ରାର୍ଥୀଙ୍କ ନାଁ ଦିଲ୍ଲୀକୁ ପଠାଇଥିବା ସୂଚନା ମିଳିଛି । ତେବେ ଜୟ ଢୋଲକିଆ ଝଟକା ଦେଇ ବିଜେପିରେ ସାମିଲ ହେବା ପରେ ବିଜେଡି ତରଫରୁ କିଏ ପ୍ରାର୍ଥୀ ହେବ ତାହା ଉପରେ ନଜର ରହିଛି । 

Advertisment


ଆଜିଠୁ ନୂଆପଡ଼ା ଉପନିର୍ବାଚନ ନାମାଙ୍କନ 
ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି
୨୦ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ
ଅକ୍ଟୋବର ୨୨ରେ ନାମାଙ୍କନ ଯାଞ୍ଚ 
୨୪ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ
ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ
ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି
ନେତା ବାଛିବେ ୨ ଲକ୍ଷ ୪୮ ହଜାରରୁ ଅଧିକ ଭୋଟର

Advertisment
Related Articles
Advertisment