ଧାରା ଶ୍ରାବଣରେ ଲୁଚକାଳି ଖେଳିଲା, ଭାଦ୍ରବ ଆରମ୍ଭରୁ ପୁରା ଉଭାନ ହୋଇଗଲା। ବର୍ଷା ଅଭାବରୁ ଧାନ ଜମିର ଚିତ୍ର ଗମ୍ଭୀର ହେଲାଣି। ନୂଆପଡ଼ା କାଶୀପଲାରେ ଠିଆ ଜଳିଯାଉଛି ଧାନ ଗଛ। ଫାଟି ଆଁ କରିଥିବା ଜମିରେ ଗୋରୁ ଚରୁଛନ୍ତି। ଏପଟେ ବାଲେଶ୍ୱର ସୋରରେ ଫସଲ ବଞ୍ଚାଇବାକୁ ପୋଖରୀରେ ଅହରହ ପମ୍ପ ଲାଗିଛି। ଯେଉଁ ସମୟରେ ରୁଆ-ବେଉଷଣ ସମ୍ପୂର୍ଣ୍ଣ ସରି ଯିବା କଥା ସେତେବେଳେ ଚାଷୀ ଦୋଦୋ ପାଞ୍ଚ ହେଉଛି
ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନୂଆପଡ଼ା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ। ତାଙ୍କ ଗାଡ଼ିରୁ ଜବତ ହୋଇଛି ୨ ଲକ୍ଷ ୭୭ ହଜାର ଟଙ୍କା
ସରକାରୀ ସହାୟତା ଆକାଶ କଇଁୟା ଚିଲିକା ମାଛ ପରି । ବୟସର ଅପରାହ୍ନରେ ବୃଦ୍ଧ ମହିଳାଙ୍କ ଉପରେ ପରିବାର ବୋଝ । ବଳବୟସ ଗଲାଣି, ଚମ ଧୁଡ଼ୁ ଧୁଡ଼ୁ କରୁଛି, ତଥାପି ଘର କାମ କରୁଛନ୍ତି । ପୁଅ କାମ କରିପାରୁନି, ପରିବାର ଚଳାଉଛନ୍ତି । ଏମିତି ସମସ୍ୟାରେ ଜୀବନ ଜିଉଁଛନ୍ତି ଅସହାୟ ଦୂର ମାଝି ।
ପାଞ୍ଚଟି T ବେଶି ଗୁରୁତ୍ୱପୂର୍ଣ୍ଣ, ନା ଗୋଟିଏ P ଓ ଗୋଟିଏ C । ଆମେ ଆପଣଙ୍କୁ ଇଂରାଜୀ ବର୍ଣ୍ଣ ପରିଚୟ କରାଉନୁ । ଆପଣଙ୍କୁ ପରିଚିତ କରାଉଛୁ ସରକାରୀ ବାବୁଙ୍କ ଉପୁରି ମୋହ ସହ ।
ମହାମାରୀ ଯୋଗୁଁ ୟୁ-ଟ୍ୟୁବ୍ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। କିନ୍ତୁ ରାଜ୍ୟର ବହୁ ଉପାନ୍ତ ଅଞ୍ଚଳରେ ଏହି ଅନ୍ଲାଇନ୍ ଶିକ୍ଷାରେ ବାଧକ ସାଜିଛି ଭିତ୍ତିଭୂମିର ଅଭାବ। ଏଭଳି ସ୍ଥିତିରେ ଅନ୍ଲାଇନ୍ ଶିକ୍ଷାରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ନିକଟକୁ ଯାଇ କମ୍ୟୁନିଟି ଶିକ୍ଷାଦାନ ବ୍ୟବସ୍ଥା ଆପଣେଇଛି ନୂଆପଡ଼ା ଜିଲ୍ଲା ଶିକ୍ଷା ବିଭାଗ। ଅପରପକ୍ଷରେ ଏବେ ଏସ୍ସିଇଆର୍ଟି ନିର୍ଦ୍ଦେଶାଳୟର ଅଲ୍ଟରନେଟ୍ ଇଣ୍ଟର୍ଣ୍ଣସିପ୍ ପ୍ରୋଗ୍ରାମ୍ ଜରିଆରେ ପ୍ରାୟ ଲକ୍ଷେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଅଫଲାଇନ୍ ଶିକ୍ଷା ପାଇଁ ବି ପ୍ରୟାସ ଆରମ୍ଭ ହୋଇଛି।