Advertisment

ଆରପାରିରେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ

ବାରିପଦା: ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ଗତକାଲି ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ବାରିପଦା ସ୍ଥିତ ପି.ଆର୍‌.ଏମ୍‌ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବାଚୁ ମୁଖାର୍ଜୀଙ୍କ ପରଲୋକରେ ଓଡ଼ିଆ ସିନେମା ଜଗତରେ ଶୋକର ଛାୟା ଖେଳି ଯାଇଛି। ଶେଷ ଦର୍ଶନ ପାଇଁ ତାଙ୍କ […]

author-image
Otv Khabar Bureau
ଆରପାରିରେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ

music-director

ବାରିପଦା: ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ଗତକାଲି ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ବାରିପଦା ସ୍ଥିତ ପି.ଆର୍‌.ଏମ୍‌ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Advertisment

ବାଚୁ ମୁଖାର୍ଜୀଙ୍କ ପରଲୋକରେ ଓଡ଼ିଆ ସିନେମା ଜଗତରେ ଶୋକର ଛାୟା ଖେଳି ଯାଇଛି। ଶେଷ ଦର୍ଶନ ପାଇଁ ତାଙ୍କ ବାସଭବନରେ ବହୁ ଲୋକଙ୍କ ଭିଡ଼ ଜମିଥିଲା। ‘କଥା ରହିଯିବ କାଳ କାଳକୁ’, ‘ଗୋପରେ ବଢୁଛି କଳା କହ୍ନେଇ’, ‘ମୋତେ ତ ଲଭ୍‌ ହେଲାରେ‘, ‘ସୁନା ଚଢ଼େଇ’ ପରି ଅନେକ ସୁପରହିଟ୍‌ ଓଡ଼ିଆ ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।

ବାଚୁ ମୁଖାର୍ଜୀଙ୍କ ପରଲୋକରେ ସିନେ ଅଭିନେତା ଅସତି ପତି କହିଛନ୍ତି, “ବହୁତ ଦୁଃଖର କଥା। ଆମ ମ୍ୟୁଜିକ୍ ଡାଇରେକ୍ଟର ବାଚୁ ଦା’ ଆମକୁ ଛାଡ଼ି ଚାଲିଗଲେ। ସେ ଅତିଶୀଘ୍ର ଛାଡ଼ି ଚାଲିଯିବେ ବୋଲି ଆମେ ସ୍ୱପ୍ନରେ ଭାବି ନଥିଲୁ।”

Advertisment
Advertisment
Advertisment