sarala-puraskar
ଭୁବନେଶ୍ୱର: ଇମ୍ପାକ୍ଟ ପକ୍ଷରୁ ୪୧ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। ଏଥରର ସାରଳା ପୁରସ୍କାର ପାଇବେ ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ। ତାଙ୍କ କବିତା ସଙ୍କଳନ ‘ସେତେବେଳକୁ ନଥିବ’ ପାଇଁ ସେ ପୁରସ୍କୃତ ହେବେ। ପୁରସ୍କାର ସ୍ୱରୂପ ତାଙ୍କୁ ୫ ଲକ୍ଷ ଟଙ୍କା ଦିଆଯିବା ସହିତ ମାନପତ୍ର ପ୍ରଦାନ କରାଯିବ। ଏଥିସହ ରାଜ୍ୟର ଅନ୍ୟ ଦୁଇଜଣ ବ୍ୟକ୍ତିଙ୍କୁ ନିଜସ୍ୱ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଇଲା ପଣ୍ଡା ସଙ୍ଗୀତ ସମ୍ମାନ ଏବଂ ଇଲା ପଣ୍ଡା ଚିତ୍ରକଳା ସମ୍ମାନରେ ସମ୍ମାନୀତ କରାଯିବ।
ଚଳିତବର୍ଷ ସଙ୍ଗୀତ କ୍ଷେତ୍ରରେ ରଞ୍ଜିତ କୁମାର ନାଗ ଏବଂ ଚିତ୍ରକଳା କ୍ଷେତ୍ରରେ ଶ୍ୟାମସୁନ୍ଦର ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି। ପୁରସ୍କାର ସୂରୁପ ଉଭୟଙ୍କୁ ଦେଢ଼ ଲକ୍ଷ ଟଙ୍କା ଲେଖାଁଏ ପ୍ରଦାନ କରାଯିବ। ଓଡ଼ିଶାର ବିଶିଷ୍ଟ ଶିଳ୍ପପତି ସ୍ୱର୍ଗତ ଡକ୍ଟର ବଂଶୀଧର ପଣ୍ଡା ଏବଂ ସ୍ୱର୍ଗତ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ ଶାରଳା ପୁରସ୍କାର ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ୍ ମେଟାଲ୍ସ ଆଣ୍ଡ ପବ୍ଲିକ ଚାରିଟେବୁଲ୍ ଟ୍ରଷ୍ଟ-ଇମ୍ପାକ୍ଟ ଆନୁକୂଲ୍ୟରେ ୧୯୮୦ ମସିହାରୁ ପ୍ରତିବର୍ଷ ପ୍ରଦାନ କରାଯାଇଆସୁଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/sarala-puraskar_1625256738.jpg)