/odishatv-khabar/media/post_attachments/uploadimage/library/16_9/16_9_0/Capture-4_1622722763.jpg)
Bijaya sahoo
ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ବିଜୟ ସାହୁଙ୍କ ପରଲୋକ । ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ଚେୟାରମ୍ୟାନ୍ ମଧ୍ୟ ଥିଲେ ବିଜୟ ସାହୁ । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କ ପରଲୋକ ହୋଇଯାଇଛି । କରୋନା ପରବର୍ତ୍ତୀ ଜଟିଳତା ନେଇ କିଛି ଦିନ ହେବ ଗୁରୁତର ଥିଲେ । ଭୁବନେଶ୍ୱରରୁ ଏୟାର ଆମ୍ବୁଲାନ୍ସରେ ତାଙ୍କୁ ହାଇଦ୍ରାବାଦ ପଠାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କର ପରଲୋକ ନେଇ ସାଇ ଇଣ୍ଟର ନ୍ୟାସନାଲ ସ୍କୁଲର ଲୋକ ସମ୍ପର୍କ ଅଧିକାରୀ ସ୍ପଷ୍ଟ କରିଛନ୍ତି ।
ବିଜୟ ସାହୁ ଚାଟାର୍ଡ ଆକାଉଣ୍ଟାଣ୍ଟ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ । ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।
ବିଜୟଙ୍କ ବିୟୋଗ ଖବର ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିକ୍ଷା କ୍ଷେତ୍ରରେ ଦିଂବଗତ ବିଜୟ ସାହୁଙ୍କ ଅବଦାନକୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ବିଜୟ ସାହୁଙ୍କ ଅକାଳ ବିୟୋଗ ନେଇ ଦୁଃଖ ପ୍ରକାଶ କରିଛନ୍ତି । ଓଡ଼ିଶାରେ ବିଶ୍ୱସ୍ତରୀୟ ସ୍କୁଲ କରି ବିଜୟ ସାହୁ ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି ବୋଲି ବୈଜୟନ୍ତ ଟ୍ୱିଟ୍ କରିଛନ୍ତି । ସେହିଭଳି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ମଧ୍ୟ ବିଜୟ ସାହୁଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)