Census Photograph: (OTV)
ଏପ୍ରିଲ ୧୬ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବ ଜନଗଣନା। ୩୦ ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବ ପାତ୍ର ଗଣନା ହେବ। ଦ୍ବିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନ ଗଣନା। ନିଯୁକ୍ତ ହେବେ ଲକ୍ଷାଧିକ ଜନ ଗଣନା ଅଧିକାରୀ। ଏହା ପୂର୍ବରୁ ସବୁ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଉନ୍ନୟନ କମିଶନର।
ଭୁବନେଶ୍ୱର କଟକରେ ପ୍ରି ଟେଷ୍ଟ ସରିଛି। ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଦିଆଯିବ ଟ୍ରେନିଂ। ୨୦୦ ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ। ୬ ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପରଭାଇଜର ନିଯୁକ୍ତ ହେବେ।
ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ। ଏପ୍ରିଲରୁ ୧୬ରୁ ମେ ୧୫ ଭିତରେ ପ୍ରଥମ ପର୍ଯ୍ୟାୟରେ ଘର ମାର୍କ ହେବ। ୨୦୨୭ ଫେବୃଆରୀରୁ ଦ୍ବିତୀୟ ପର୍ଯ୍ୟାୟରେ ଜନ ଗଣନା ହେବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/01/20/census-2026-01-20-14-20-23.jpg)