Advertisment

ବାତ୍ୟାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପାଖରେ କୌଣସି ସହାୟତା ଦାବି କଲା ନାହିଁ ଓଡ଼ିଶା

ଭୁବନେଶ୍ୱରରେ ବାତ୍ୟା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସହ ମୁଖ୍ୟ ଶାସନ ସଚିବ, SRC ଓ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ।

author-image
Sarbeswar
ଅଦ୍ୟତନ ହୋଇଛି
ବାତ୍ୟାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପାଖରେ କୌଣସି ସହାୟତା ଦାବି କଲା ନାହିଁ ଓଡ଼ିଶା

Naveen

  • ଦୀର୍ଘସୂତ୍ରୀ ବ୍ୟବସ୍ଥା ଚାହିଁଲା ଓଡ଼ିଶା
  • ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷାରେ ଦୀର୍ଘସୂତ୍ରୀ ସମାଧାନ ଚାହିଁଲା ଓଡ଼ିଶା
  • ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ ମୁଖ୍ୟମନ୍ତ୍ରୀ
  • ବିଶେଷକରି ବାତ୍ୟାକୁ ସମ୍ଭାଳି ପାରୁଥିବା ବିଦ୍ୟୁତ୍‌ ବ୍ୟବସ୍ଥା ଦାବି କଲୁ
  • ଉନ୍ନତ ଟେକ୍ନୋଲୋଜି, ଅଣ୍ଡର ଗ୍ରାଉଣ୍ଡ କେବୁଲିଂ ବ୍ୟବସ୍ଥା ଦାବି କଲୁ
  • ୭/୮ ମିଟର ପର୍ଯ୍ୟନ୍ତ ଜୁଆର ଉଠୁଥିବାରୁ ତାର ବ୍ୟବସ୍ଥା ଚାହିଁଲୁ
  • ଏହି ଦୁଇ କାର୍ଯ୍ୟ ପାଇଁ ଭାରତ ସରକାରଙ୍କ ସହାୟତା ଦାବି କଲୁ
  • ବର୍ତ୍ତମାନର ବାତ୍ୟା ନେଇ ଆମେ କିଛି ଦାବି କରିନୁ- SRC
  • ଯାହା ଏବେ ଦରକାର ଆମେ ତାକୁ ମ୍ୟାନେଜ କରିନେବୁ
Advertisment

ଭୁବନେଶ୍ୱର: ଭୁବନେଶ୍ୱରରେ ବାତ୍ୟା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସହ ମୁଖ୍ୟ ଶାସନ ସଚିବ, SRC ଓ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ। ତେବେ ଏହି ବୈଠକରେ, ଦୀର୍ଘସୂତ୍ରୀ ସମାଧାନ ଚାହିଁଲା ଓଡ଼ିଶା। ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ ମୁଖ୍ୟମନ୍ତ୍ରୀ। ବିଶେଷକରି ବାତ୍ୟାକୁ ସମ୍ଭାଳି ପାରୁଥିବା ବିଦ୍ୟୁତ୍‌ ବ୍ୟବସ୍ଥା ଦାବି କରିବା ସହ ଉନ୍ନତ ଟେକ୍ନୋଲୋଜି, ଅଣ୍ଡର ଗ୍ରାଉଣ୍ଡ କେବୁଲିଂ ବ୍ୟବସ୍ଥା ଦାବି କଲା ଓଡ଼ିଶା। ଉନ୍ନତ ଟେକ୍ନୋଲୋଜି, ଅଣ୍ଡର ଗ୍ରାଉଣ୍ଡ କେବୁଲିଂ ବ୍ୟବସ୍ଥା ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ  ବର୍ତ୍ତମାନର ବାତ୍ୟା ନେଇ ଆମେ କିଛି ଦାବି କରିନୁ ବୋଲି SRC ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଯାହା ଏବେ ଦରକାର ଆମେ ତାକୁ ମ୍ୟାନେଜ କରିନେବୁ ଏବଂ ଆଗାମୀ ୭ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବୁ ବୋଲି ଏସଆରସି ସୂଚନା ଦେଇଛନ୍ତି।

ସେପଟେ ବାତ୍ୟା ପରେ ରାଜ୍ୟରେ ବନ୍ୟା ଦେଖାଦେଇଛି। ବାତ୍ୟା ‘ୟାସ୍’ ଜନିତ ବର୍ଷା ପାଇଁ ଉଛୁଳୁଛି ସୁବର୍ଣ୍ଣରେଖା ନଦୀ। ବାଲେଶ୍ୱର ଜିଲ୍ଲା ଜାମଶୋଳାଘାଟ ଠାରେ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ଟପିଛି। ଜାମଶୋଳାଘାଟରେ ବିପଦ ସଙ୍କେତ ୪୯.୧୬ ମିଟର ଥିବା ବେଳେ ଏବେ ୫୦.୮୮ ମିଟର ଦେଇ ଜଳ ପ୍ରବାହିତ ହେଉଛି। ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତ ଥିବା SRC କହିଛନ୍ତି।

Advertisment

ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ପରେ ଗାଲୁଡିହି ବ୍ୟାରେଜ୍ ଖୋଲା ଯାଇଛି। ଗାଲୁଡିହି ବ୍ୟାରେଜରେ ପାଣି ଯୋଗୁ ସୁବର୍ଣ୍ଣରେଖା ବିପଦ ସଙ୍କେତ ଟପିଛି। ସୁବର୍ଣ୍ଣରେଖା ନଦୀରେ ବନ୍ୟା ଜଳ ବୃଦ୍ଧି ପାଇବା ଆଶଙ୍କା କରି ପ୍ରଶାସନ ଲୋକଙ୍କୁ ସତର୍କ କରାଇଥିଲା। ଡାକବାଜି ଯନ୍ତ୍ର ସାହାଯ୍ୟରେ ନଦୀ କୂଳରେ ରହୁଥିବା ଲୋକମାନେ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପ୍ରଶାସନ ଆଲର୍ଟ କରିଥିଲା।

Cyclone Yass
Advertisment
Advertisment