kalia-money
ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା। ଚାଷୀଙ୍କ ଖାତାକୁ କାଳିଆ କିସ୍ତି ଟଙ୍କା ଦେଲେ ରାଜ୍ୟ ସରକାର। ମୋଟ ୯୨୦ କୋଟି ଟଙ୍କା ଚାଷୀଙ୍କ ଖାତାକୁ ଯାଇଥିବା ସୂଚନା। ୪୨ ଲକ୍ଷ ଚାଷୀଙ୍କ ଖାତାକୁ ଟଙ୍କା ଯାଇଥିବା କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚାଷୀଙ୍କୁ କାଳିଆ ଟଙ୍କା ପ୍ରଦାନ କରିବେ ବୋଲି କୁହାଯାଇଥିଲା। ଅକ୍ଷୟ ତୃତୀୟା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚାଷୀଙ୍କୁ କାଳିଆ ଟଙ୍କା ପ୍ରଦାନ କରିଛନ୍ତି। ଉତ୍କଳ ଦିବସରେ ରାଜ୍ୟ ସରକାର ୩୪ ଲକ୍ଷ ଚାଷୀଙ୍କ ଖାତାକୁ ସିଧାସଳଖ କାଳିଆ ଟଙ୍କା ପଠାଇଥିଲେ । ନୂଆ ଆର୍ଥିକ ବର୍ଷରେ ରବି ଋ଼ତୁ ପାଇଁ ସରକାର ୬୯୪ କୋଟି ଟଙ୍କା ଦେଇଥିଲେ। ପ୍ରତି ଚାଷୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ଲେଖାଏଁ ପଠାଯାଇଥିଲା ।
ପୂର୍ବରୁ ଅକ୍ଷୟ ତୃତୀୟା ଅବସରରେ ସାଢ଼େ ୯ କୋଟି ଚାଷୀଙ୍କ ପରିବାରକୁ ଆଜି ଅଷ୍ଟମ କିସ୍ତିର ପିଏମ୍ କିଷାନ ବା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଟଙ୍କା ପଠାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଟ୍ ୧୯ ହଜାର କୋଟି ଟଙ୍କା ଚାଷୀଙ୍କ ଜମାଖାତାକୁ ସିଧାସଳଖ ଟଙ୍କା ପଠା ଯାଇଛି। ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର କିଛି କୃଷକଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ଭର୍ଚୁଆଲ୍ ଯୋଗେ ସାମିଲ ହୋଇଥିଲେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେଇଥିଲେ।
ସେପଟେ, ଓଡ଼ିଶାର ସବୁ ଚାଷୀ ପିଏମ୍ କିଷାନ ଯୋଜନାର ଲାଭ ପାଆନ୍ତୁ। ଓଡିଶାର ଚାଷୀମାନଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ପୁନର୍ବାର ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦେଶର ଚାଷୀଙ୍କୁ ଅଷ୍ଟମ କିସ୍ତି ପିଏମ୍ କିଷାନ ଯୋଜନାର ଅର୍ଥ ମିଳିବା ଅବସରରେ ଟ୍ୱିଟ୍ କରି ଚାଷୀଙ୍କ ହିତ ପାଇଁ ଦୃଷ୍ଟି ଆକର୍ଷଣ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟ୍ୱିଟ୍ କରି ଲେଖିଛନ୍ତି ଯେ, ପିଏମ କିଷାନ ଯୋଜନାରେ ଓଡ଼ିଶାର ୪୦ ଲକ୍ଷ ୫୦ ହଜାର ୧୦୩ ଚାଷୀ ପଞ୍ଜିକୃତ ହୋଇଥିଲେ ମଧ୍ୟ ତନ୍ମଧ୍ୟରୁ କେବଳ ସପ୍ତମ କିସ୍ତିରେ ୨୪ ଲକ୍ଷ ୭୦ ହଜାର ୬୭୧ ଚାଷୀ ମୋଟ ୪୯୪.୧୩ କୋଟି ଟଙ୍କାର ସହାୟତା ରାଶି ପାଇଥିଲେ। ଏ ନେଇ ଗତ ମାର୍ଚ୍ଚ ମାସରେ ମୁଖ୍ୟମନ୍ତ୍ରୀଜୀଙ୍କୁ ଚିଠି ଲେଖିବା ପରେ ଅଷ୍ଟମ କିସ୍ତିରେ ୨୭ ଲକ୍ଷ ୮୩ ହଜାର ୨୦୯ ଚାଷୀ ଲାଭ ପାଇଛନ୍ତି। ଯାହା ସପ୍ତମ କିସ୍ତିରୁ ୩,୧୨,୫୩୮ ଅଧିକ ବୋଲି ଧର୍ମେନ୍ଦ୍ର କହିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/kalia-money_1620994273.jpg)