/odishatv-khabar/media/post_attachments/uploadimage/library/16_9/16_9_0/lockdown-3_1621329322.jpg)
lockdown
ଭୁବନେଶ୍ୱର: ଲଗାତାର ଭାବେ ରାଜ୍ୟରେ କିଛିଦିନ ହେବ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି। ଲକ୍ଡାଉନ୍ ଓ ସପ୍ତାହାନ୍ତ ସଟ୍ଡାଉନ୍ ସତ୍ତ୍ୱେ ମଧ୍ୟ ଦୈନିକ ସଂକ୍ରମଣ ୧୦ ହଜାର ତଳକୁ ଖସି ନଥିବା ଦେଖିବାକୁ ମିଳିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଉ ୨ ସପ୍ତାହ ଯାଏ ଲକ୍ଡାଉନ୍ ଅବଧି ବଢ଼ାଇଛନ୍ତି ରାଜ୍ୟ ସରକାର। ପୂର୍ବରୁ ୧୯ ତାରିଖ ଯାଏ ଲକ୍ଡାଉନ୍ ଥିଲା। ଏବେ ଲକ୍ଡାଉନ୍ ଅବଧିକୁ ଜୁନ୍ ୧ ଯାଏ ରାଜ୍ୟ ସରକାର ବଢ଼ାଇଛନ୍ତି। ଏନେଇ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିଛନ୍ତି। ଏହାସହ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟ ସକାଳ ୭ଟାରୁ ୧୧ଟା ଯାଏ ରହିଛି। ଏଣିକି ଦୈନିକ ୬ ଘଣ୍ଟା ବଦଳରେ ୪ ଘଣ୍ଟାକୁ କମାଇ ଦିଆଯାଇଛି।
- ଜୁନ୍ ୧ ତାରିଖ ସକାଳ ୫ଟା ଯାଏ ବଢ଼ିଲା ଲକ୍ଡାଉନ୍
- ଲକ୍ଡାଉନ୍ ସହ ସପ୍ତାହାନ୍ତ ସଟ୍ଡାଉନ୍ ଜାରି ରହିବ
- ସୋମବାରରୁ ଶୁକ୍ରବାର ଦୈନିକ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟରେ ପରିବର୍ତ୍ତନ। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟ ସକାଳ ୭ଟାରୁ ୧୧ଟା ଯାଏ ରହିଛି। ପୂର୍ବରୁ ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଅନୁମତି ପ୍ରଦାନ କରାଯାଇଥିଲା। ଏଣିକି ଦୈନିକ ୬ ଘଣ୍ଟା ବଦଳରେ ୪ ଘଣ୍ଟାକୁ କମାଇ ଦିଆଯାଇଛି। ଲୋକେ ନିକଟସ୍ଥ ଦୋକାନକୁ ଚାଲି ଚାଲି ଯାଇ ଜିନିଷ କିଣିପାରିବେ।
- ବାହାଘର, ବ୍ରତଘର, ଶୁଦ୍ଧି କାର୍ଯ୍ୟ ପାଇଁ ମଧ୍ୟ କଟକଣା ବଢ଼ିଲା। ବାହା ଘରରେ ଏଣିକି ୫୦ ବଦଳରେ ସର୍ବାଧିକ ୨୫ ଏକାଠି ହୋଇପାରିବେ। ବର, କନ୍ୟା, ପୂଜକ, ବାଜାବାଲାଙ୍କୁ ମିଶାଇ ମୋଟ ୨୫ ଜଣ ସାମିଲ ହୋଇପାରିବେ।
- ବାହାଘର, ବ୍ରତଘର, ଶୁଦ୍ଧି କାର୍ଯ୍ୟରେ ଭୋଜିଭାତ ସମ୍ପୂର୍ଣ୍ଣ ମନା
- ଘରକୁ ଡାକି ଅତିଥିମାନଙ୍କୁ ଭୋଜିଭାତ ଦିଆଯାଇ ପାରିବ ନାହିଁ
- ଅତିଥିମାନଙ୍କୁ ପ୍ୟାକେଟ ଜରିଆରେ ଖାଦ୍ୟ ଦିଆଯାଇପାରିବ
ଓଡ଼ିଶାରେ ଆଜି ବି ୧୦ ହଜାର ଉପରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ୧୦, ୩୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧,୫୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପରେ ସୁନ୍ଦରଗଡ଼ରୁ ୮୧୯ ଓ କଟକରୁ ୭୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)