Advertisment

ଲିଙ୍ଗରାଜ କ୍ଷେତ୍ର ପାଇଁ ପ୍ୟାକେଜ ଘୋଷଣା କଲେ ନବୀନ

ଭୁବନେଶ୍ୱର : ପୁରୀ ଶ୍ରୀମନ୍ଦିର ଚାରିପଟୁ ଜବରଦଖଲ ଉଚ୍ଛେଦ ଓ ଘରୋଇ ଜମିକୁ ଅଧିଗ୍ରହଣ କରିବାପରେ ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରର ପାରିପାର୍ଶ୍ୱିକ ବିକାଶ ପାଇଁ ରାଜ୍ୟ ସରକାର ଅନୁରୂପ ପଦକ୍ଷେପ ନେଇଛନ୍ତି। ଲିଙ୍ଗରାଜ ମନ୍ଦିରର ଚାରିପଟେ ଥିବା ନିର୍ମାଣକୁ ଭାଙ୍ଗି ପାରିପାର୍ଶ୍ୱିକ ବିକାଶ ନିମନ୍ତେ ରାଜ୍ୟ ସରକାର ପ୍ୟାକେଜ୍ ଘୋଷଣା କରିଛନ୍ତି। ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ବିକାଶ ନିମନ୍ତେ ପ୍ୟାକେଜକୁ ଅନୁମୋଦନ ମିଳିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି […]

ଲିଙ୍ଗରାଜ କ୍ଷେତ୍ର ପାଇଁ ପ୍ୟାକେଜ ଘୋଷଣା କଲେ ନବୀନ

lingaraj

Advertisment

ଭୁବନେଶ୍ୱର : ପୁରୀ ଶ୍ରୀମନ୍ଦିର ଚାରିପଟୁ ଜବରଦଖଲ ଉଚ୍ଛେଦ ଓ ଘରୋଇ ଜମିକୁ ଅଧିଗ୍ରହଣ କରିବାପରେ ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରର ପାରିପାର୍ଶ୍ୱିକ ବିକାଶ ପାଇଁ ରାଜ୍ୟ ସରକାର ଅନୁରୂପ ପଦକ୍ଷେପ ନେଇଛନ୍ତି। ଲିଙ୍ଗରାଜ ମନ୍ଦିରର ଚାରିପଟେ ଥିବା ନିର୍ମାଣକୁ ଭାଙ୍ଗି ପାରିପାର୍ଶ୍ୱିକ ବିକାଶ ନିମନ୍ତେ ରାଜ୍ୟ ସରକାର ପ୍ୟାକେଜ୍ ଘୋଷଣା କରିଛନ୍ତି। ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ବିକାଶ ନିମନ୍ତେ ପ୍ୟାକେଜକୁ ଅନୁମୋଦନ ମିଳିଛି।

Advertisment

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଏକହଜାର ବର୍ଷର ପୁରୁଣା ଲିଙ୍ଗରାଜ ମନ୍ଦିର ଲକ୍ଷଲକ୍ଷ ଶିବଭକ୍ତଙ୍କ ଶ୍ରଦ୍ଧା ଓ ବିଶ୍ୱାସର ପ୍ରତୀକ ହୋଇଥିବାରୁ ଏହାର ସୁରକ୍ଷା ଓ ସଂରକ୍ଷଣ ନିମନ୍ତେ କିଛି ତ୍ୟାଗ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହି ତ୍ୟାଗକୁ ମହାପ୍ରଭୁ ଲିଙ୍ଗରାଜଙ୍କ ସେବା ଭାବେ ଗ୍ରହଣ କରି ସରକାରଙ୍କ ବିକାଶ କାର୍ଯ୍ୟରେ ସହଯୋଗ ପାଇଁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ରାଜ୍ୟ ସରକାର ଏକାମ୍ର କ୍ଷେତ୍ର ଭାବେ ପରିଚିତ ଏହି ୬୬ଏକର ପରିବ୍ୟାପ୍ତ ଅଞ୍ଚଳର ଗୌରବମୟ ଐତିହ୍ୟର ଉପଯୁକ୍ତ ସଂରକ୍ଷଣ ପାଇଁ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏହା ଅଧୀନରେ ସୁଦୃଶ୍ୟ ପ୍ରବେଶ ପଥ, ବିନ୍ଦୁସାଗରର ପୁନରୁଦ୍ଧାର ଯୋଜନାରେ ବିଭିନ୍ନ ଐତିହ୍ୟ ପୁଷ୍କରଣୀର ପୁନରୁଦ୍ଧାର, ଅତ୍ୟାଧୁନିକ ପାର୍କିଂ, ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ, କେଦାରଗୌରୀ ଓ ମୁକ୍ତେଶ୍ୱର ପରିସରର ବିକାଶ ଓ ବିଭିନ୍ନ ସୁବିଧା ସୁଯୋଗ ରହିଛି । ଏହାବ୍ୟତୀତ ଇ-ଅଟୋ ପ୍ରୋଗ୍ରାମ,ଐତିହ୍ୟ ବ୍ୟାଖାନ କେନ୍ଦ୍ର ଓ ଥଇଥାନ ଆଦି ୯ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ।

Advertisment

ଏହି ଯୋଜନାରେ ଶ୍ରୀଲିଙ୍ଗରାଜ ଥାନା ଓ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଫିସ୍ ଅନ୍ୟତ୍ର ସ୍ଥାନାନ୍ତର କରାଯିବ। ଟ୍ରାଫିକ ହ୍ରାସ ଓ ଯାତାୟତର ସୁବିଧା ପାଇଁ ତାଳେଶ୍ୱର ଛକଠୁ ବଢ଼େଇବାଙ୍କ ଛକ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ। ଚାରିଗୋଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯିବ । ଶ୍ରୀଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ କରାଯିବ। ମନ୍ଦିର ଚାରିପଟେ ପରିକ୍ରମା ପାଇଁ ରାସ୍ତା ନିର୍ମାଣ କରାଯିବ। ମନ୍ଦିର ସମ୍ମୁଖ ରାସ୍ତାରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ନିଷେଧ କରାଯିବ। ଭକ୍ତମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ ତା’ର ବ୍ୟବସ୍ଥା ହେବ।

ଏସବୁ ବ୍ୟତୀତ ବିନ୍ଦୁ ସାଗର ଜଳକୁ ପରିଷ୍କାର କରିବା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ସମେତ କେଦାରଗୌରୀ, ପାପନାଶିନୀ, ଗୋଦାବରୀ, କୋଟିତୀର୍ଥ, ଗଙ୍ଗାଯମୁନା ଓ ଦେବୀପାଦହରା ଐତିହ୍ୟ ପୁଷ୍କରଣୀର ପୁନରୁଦ୍ଧାର ଓ ସଂରକ୍ଷଣ କରାଯିବ। ଲିଙ୍ଗରାଜ ମନ୍ଦିରର ନିରାପତ୍ତାକୁ ମଧ୍ୟ ଆହୁରି ସୁଦୃଢ଼ କରାଯିବ। ସରକାରଙ୍କ ଏହି ଯୋଜନାକୁ କାର୍ଯ୍ୟକାରୀ କରାଯିବା ଦ୍ୱାରା ଜୀବିକା ହରାଉଥିବା ଉଠାଦୋକାନୀମାନଙ୍କୁ ଦୁଇଟି କିସ୍ତିରେ ୩୦ହଜାର ଟଙ୍କା ଏକକାଳୀନ ସହାୟତା ଦିଆଯିବ ଓ ଭେଣ୍ଡିଂ ଜୋନ୍ ନିର୍ମାଣ କରାଯାଇ ସେମାନଙ୍କୁ ଥଇଥାନ କରାଯିବ।

Advertisment

ପକ୍କାଘରେ ଥିବା ଦୋକାନ ଘର ଉଚ୍ଛେଦ ନିମନ୍ତେ ବ୍ୟବସାୟୀଙ୍କୁ ୧୨ମାସ ପାଇଁ ମାସିକ ୧୦ହଜାର ଟଙ୍କା ଲେଖାଏ ସହାୟତା ଦିଆଯିବ। ପରବର୍ତ୍ତୀ ସମୟରେ ବିଏମସି ଓ ପର୍ଯ୍ୟଟନ ବିଭାଗ ଦ୍ୱାରା ନିର୍ମିତ ମାର୍କେଟ୍ ଅବା ନୂଆ ମାର୍କେଟ୍ କମ୍ପେ୍ଲକ୍ସ ନିର୍ମାଣ କରାଯାଇ ସେମାନଙ୍କୁ ଥଇଥାନ କରାଯିବ । ସ୍ଥିତିବାନ ଆବାସିକ ଗୃହ ବା ବ୍ୟବସାୟିକ ଗୃହ ଉଚ୍ଛେଦ କ୍ଷେତ୍ରରେ କ୍ଷତିଗ୍ରସ୍ତଙ୍କ ସହ ଆଲୋଚନା କରାଯାଇ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ,ଆଜି ସନ୍ଧ୍ୟାରେ ସ୍ଥାନୀୟ ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା ଓ ଅନ୍ୟ ବରିଷ୍ଠ ପଦାଧିକାରୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିବା ପରେ ଏହି ପ୍ୟାକେଜ୍ ଘୋଷଣା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ