NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା Photograph: (OTV)
ବଢିଲା ଆୟୁଷ ଡାକ୍ତରଙ୍କ ଦରମା । NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବରିଷ୍ଠତା ଭିତ୍ତିରେ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ୫ ବର୍ଷରୁ କମ ସମୟ ଅବଧି ପାଇଁ ସେବାରତ ଆୟୁଷ ଡାକ୍ତର ମାନଙ୍କ ଦରମା ମାସକୁ ୨୦ ହଜାର ଟଙ୍କା ବୃଦ୍ଧି ପାଇଛି।
ଏହାଦ୍ବାରା ସେମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା ହୋଇଛି। ସେହିପରି ୫ରୁ ୧୦ ବର୍ଷ ମଧ୍ୟରେ ସେବା କରିଥିବା ଡାକ୍ତରମାନଙ୍କ ଦରମା ମାସକୁ ୨୫ ହଜାର ବୃଦ୍ଧିପାଇଁ ୭୪,୪୬୭ ଟଙ୍କାରେ ପହଞ୍ଚିଛି। ୧୦ରୁ ୧୫ ବର୍ଷ ସେବା ପାଇଁ ମାସକୁ ୩୦ ହଜାର ଟଙ୍କା ବୃଦ୍ଧିପାଇ ୮୦,୪୬୭ ହୋଇଥିବ ବେଳେ, ୧୫ ବର୍ଷରୁ ଉର୍ଦ୍ଧ୍ବସେବା ପାଇଁ ଆୟୁଷ ଡାକ୍ତର ମାନଙ୍କ ଦରମା ୪୦ ହଜାର ଟଙ୍କା ବୃଦ୍ଧି ପାଇ ୯୧, ୪୬୭ ଟଙ୍କାରେ ପହଞ୍ଚିଛି। ଏବେ ରାଜ୍ୟରେ ବର୍ତ୍ତମାନ ୨୯୧୨ ଜଣ ଆୟୁଷ ଡାକ୍ତର କାର୍ଯ୍ୟ କରୁଛନ୍ତି ।
- ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା
- NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା
- ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହେଲା ସୂଚନା
- ବରିଷ୍ଠତା ଭିତ୍ତିରେ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି
- ଆୟୁଷ ଡାକ୍ତରମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା
- ବରିଷ୍ଠ ଡାକ୍ତରଙ୍କ ଦରମା ୪୦ ହଜାର ଟଙ୍କା ବୃଦ୍ଧି ପାଇ ୯୧, ୪୬୭ ଟଙ୍କା
- ରାଜ୍ୟରେ ବର୍ତ୍ତମାନ ୨୯୧୨ ଜଣ ଆୟୁଷ ଡାକ୍ତର କାର୍ଯ୍ୟ କରୁଛନ୍ତି
- ଆୟୁଷ ସ୍ବାସ୍ଥ୍ୟସେବାରେ ଅଧିକ ଉନ୍ନତି ଆସିବ କହିଲେ ମୁଖ୍ୟମନ୍ତ୍ରୀ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/10/boosts-nhm-ayush-doctors-salary-2026-02-10-20-45-02.jpg)