/odishatv-khabar/media/post_attachments/uploadimage/library/16_9/16_9_0/school-1_1626693187.jpg)
school closed
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ସବୁ ସରକାରୀ ସ୍କୁଲ ଖୋଲିବାର ଥିଲା। ମାତ୍ର ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଖରା ଛୁଟି ବଢ଼ାଇଛନ୍ତି ରାଜ୍ୟ ସରକାର। ଖରାଛୁଟି ଜୁନ୍ ୨୫ ଯାଏଁ ବଢ଼ିଛି। ୨୬ ତାରିଖରେ ସ୍କୁଲ ଖୋଲିବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର।
Advertisment
ସୌସୁମୀ ଆସିବାରେ ବିଳମ୍ୱ ହେଉଥିବାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ି ଚାଲିଛି। ଫଳରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଲୋକେ ଘରୁ ବାହାରି ପାରୁ ନାହାନ୍ତି। ଆଜି ରାଜଧାନୀ ଭୁବନେଶ୍ୱରରେ ପାଗ କାଉଁଳିଆ ଥିଲେ ମଧ୍ୟ ପ୍ରବଳ ଗୁଳୁଗୁଳି ହେଉଛି। ଏପରିସ୍ଥିତିରେ ଛୋଟପିଲାମାନେ ସ୍କୁଲ ଯିବା ନିରାପଦ ନୁହେଁ। ସେଥିପାଇଁ ରାଜ୍ୟ ସରକାର ଖରା ଛୁଟି ବଢ଼ାଇଥିବା ଜଣାପଡ଼ିଛି।
ଅନ୍ୟପକ୍ଷରେ ଆଜି ଅନେକ ବେସରକାରୀ ସ୍କୁଲ ଖୋଲି ଯାଲିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)