Advertisment

ମାସ୍କ ନପିନ୍ଧିଲେ ୨ଗୁଣା ଜୋରିମାନା: ନବୀନ

ଭୁବନେଶ୍ୱର: କରୋନା ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି ଯେ ମାନବ ଇତିହାସରେ ଏଭଳି ସଂକଟ କେବେ ବି ଆସିନଥିଲା। ଆମ ରାଜ୍ୟରେ ମୃତ୍ୟୁ ସଂଖ୍ୟା ଅନ୍ୟ ରାଜ୍ୟ ତୁଳନାରେ କମ ଥିଲା। ଆମକୁ କଠୋର ପଦକ୍ଷେପ ନେବାକୁ ପଡ଼ିଥିଲା। ବାରମ୍ବାର ଲକଡାଉନ, ସଟଡାଉନ କରିବାକୁ ପଡ଼ିଥିଲା। ଏବେ କୋଭିଡ୍‌ର ଦ୍ୱିତୀୟ ଲହର ଆରମ୍ଭ ହୋଇଛି, ଶୀଘ୍ର ବ୍ୟାପୁଛି। ବିଭିନ୍ନ ରାଜ୍ୟରେ ଲକଡାଉନ, ନାଇଟ କର୍ଫ୍ୟୁ ଆରମ୍ଭ ହେଲାଣି। ଆମେ କୋଭିଡ଼ ନିୟମ ମାନିଲେ […]

author-image
Chandan Shishu
ମାସ୍କ ନପିନ୍ଧିଲେ ୨ଗୁଣା ଜୋରିମାନା: ନବୀନ

cm-naveen

ଭୁବନେଶ୍ୱର: କରୋନା ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି ଯେ ମାନବ ଇତିହାସରେ ଏଭଳି ସଂକଟ କେବେ ବି ଆସିନଥିଲା। ଆମ ରାଜ୍ୟରେ ମୃତ୍ୟୁ ସଂଖ୍ୟା ଅନ୍ୟ ରାଜ୍ୟ ତୁଳନାରେ କମ ଥିଲା। ଆମକୁ କଠୋର ପଦକ୍ଷେପ ନେବାକୁ ପଡ଼ିଥିଲା। ବାରମ୍ବାର ଲକଡାଉନ, ସଟଡାଉନ କରିବାକୁ ପଡ଼ିଥିଲା।

Advertisment

ଏବେ କୋଭିଡ୍‌ର ଦ୍ୱିତୀୟ ଲହର ଆରମ୍ଭ ହୋଇଛି, ଶୀଘ୍ର ବ୍ୟାପୁଛି। ବିଭିନ୍ନ ରାଜ୍ୟରେ ଲକଡାଉନ, ନାଇଟ କର୍ଫ୍ୟୁ ଆରମ୍ଭ ହେଲାଣି। ଆମେ କୋଭିଡ଼ ନିୟମ ମାନିଲେ କରୋନା ସଂକ୍ରମଣ ରୋକିପାରିବା ବୋଲି ନବୀନ କହିଛନ୍ତି

ଏଥିପାଇଁ ଆଜିଠାରୁ ୧୪ଦିନ ଯାଏ ମାସ୍କ ଅଭିଯାନ ଆରମ୍ଭ କରିବା। ଆଜିଠାରୁ ସଂକଳ୍ପ ନେଇ ଆମେ ସମସ୍ତେ ମାସ୍କ ପିନ୍ଧିବା। ସଠିକ ଭାବେ ମାସ୍କ ପିନ୍ଧିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବେକରେ ଝୁଲାଇ ନୁହେଁ, ଠିକ ଭାବେ ନାକକୁ ଘୋଡ଼ାଇ ମାସ୍କ ପିନ୍ଧିବାକୁ ସେ ପରାମର୍ଶ ଦେଇଛନ୍ତି।

Advertisment
  • ବିନା ମାସ୍କରେ କେବେ ବି ଘରୁ ବାହାରିବା ନାହିଁ।
  • ମା ମାନଙ୍କୁ ଅନୁରୋଧ ପରିବାର ଲୋକ ବାହାରକୁ ଗଲେ ମାସ୍କ ପିନ୍ଧାନ୍ତୁ।
  • ମାମାନେ ସତର୍କ ହେଲେ କେବେ ବି କରୋନା ଘରକୁ ଆସିପାରିବନି।
  • କିଛି ଅମାନିଆଙ୍କ ପାଇଁ କାହିଁକି ସାରା ସମାଜ କଠିନ ପରିସ୍ଥିତିରେ ପଡ଼ିବ।
  • ମାସ୍କ ପିନ୍ଧିନଥିବା ଲୋକଙ୍କ ଠାରୁ ନିଶ୍ଚୟ ଜରିମାନା ଆଦାୟ ହେବ।
  • ମାସ୍କ ନପିନ୍ଧିଲେ ଏବେ ୨ ଗୁଣା ଜରିମାନା ପାଇଁ ନିଷ୍ପତ୍ତି ହୋଇଛି।
  • ମାସ୍କ ହିଁ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା କବଚ।
  • ଯେଉଁମାନେ ଟିକା ନେଇନାହାନ୍ତି ସେମାନେ ନିଶ୍ଚୟ ମାସ୍କ ପିନ୍ଧନ୍ତୁ।
  • ଯେଉଁମାନେ ଟିକା ନେଇଛନ୍ତି, ସେମାନେ ବି ମାସ୍କ ପିନ୍ଧନ୍ତୁ।
  • ଏହାଦ୍ୱାରା ଆମେ ବିନା ଲକଡାଉନରେ କରୋନାକୁ ରୋକି ପାରିବା।
  • ନିଜ ରୋଜଗାର ବନ୍ଦ କରିବାକୁ ଚାହୁଁନଥିଲେ ନିଶ୍ଚିତ ମାସ୍କ ପିନ୍ଧନ୍ତୁ।
  • ଆମର ଦ୍ୱିତୀୟ, କିଛି ଜାଗାରେ କରୋନାର ତୃତୀୟ ଲହର ଚାଲିଛି।

Corona Breaking News
Advertisment
Advertisment