Advertisment

CM Mohan Majhi: ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ନୂତନ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ

ଅନ୍ତ୍ୟୋଦୟ ଗୃହ ଯୋଜନାରେ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ୪୮ ହଜାର ୬୯୩ ହିତାଧିକାରୀଙ୍କୁ ଦିଆଯାଇଛି ସହାୟତା।

author-image
Chinmayee Sahoo
Antyodaya Gruha Yojana

Antyodaya Gruha Yojana Photograph: (OTV)

ଅନ୍ତ୍ୟୋଦୟ ଗୃହ ଯୋଜନାରେ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥି ସହିତ ନୂତନ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର, କୋରାପୁଟ ଏବଂ କନ୍ଧମାଳ ଜିଲ୍ଲାର କିଛି ହିତାଧିକାରୀ ଯୋଗ ଦେଇଛନ୍ତି । 
କଳାହାଣ୍ଡି ଓ ନୂଆପଡା ଜିଲ୍ଲା ବ୍ୟତୀତ ଆଜି ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଓ ଦ୍ବିତୀୟ ପର୍ଯ୍ୟାୟରେ ୫୦ ହଜାର ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରାଯାଇଛି। ଆଜି ତୃତୀୟ ପର୍ଯ୍ୟାୟରେ ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି।

Advertisment
Chief Minister Mohan Majhi
Advertisment
Related Articles
Advertisment