Advertisment

ନକଲି ଔଷଧ କାରବାରକୁ ବରଦାସ୍ତ କରାଯିବ ନାହିଁ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ନକଲି ଔଷଧ କାରବାରକୁ ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଚେତାଇ ଦେଇଛନ୍ତି। ସେ କହିଛନ୍ତି, ଅଭିଯୋଗ ପାଇଲା ପରେ ର୍ନିଦ୍ଧିଷ୍ଟ…

ଅଦ୍ୟତନ ହୋଇଛି
ନକଲି ଔଷଧ କାରବାରକୁ ବରଦାସ୍ତ କରାଯିବ ନାହିଁ: ସ୍ୱାସ୍ଥ୍ୟ ମନ୍ତ୍ରୀ

naba das

Advertisment

ଭୁବନେଶ୍ୱର: ନକଲି ଔଷଧ କାରବାରକୁ ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଚେତାଇ ଦେଇଛନ୍ତି। ସେ କହିଛନ୍ତି, ଅଭିଯୋଗ ପାଇଲା ପରେ ର୍ନିଦ୍ଧିଷ୍ଟ ଦୋକାନ ଉପରେ ଚଢ଼ାଉ କରାଯାଇ ୧୭୦ଟି favipiravir ବକ୍ସ ଜବତ କରାଯିବା ସହ ୨୭ ପେଟି ଅନ୍ୟ ଔଷଧ ଜବତ କରାଯାଇଛି। ଏହାସହ ବିଭିନ୍ନ ଜିଲ୍ଲାରେ ଔଷଧ ଦୋକାନ ଉପରେ ନଜର ରଖିବାକୁ କୁହାଯାଇଛି ବୋଲି ମନ୍ତ୍ରୀ ନବ ଦାସ କହିଛନ୍ତି। ଯାଞ୍ଚ ପରେ ରିପୋର୍ଟ ଆସିବା ପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Advertisment

ସେହିପରି ରାଜ୍ୟ ସରକାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ଥିବା ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମ୍ଭାବ୍ୟ ତୃତୀୟ ଲହରରେ ଶିଶୁମାନେ ଅଧିକ ସଂକ୍ରମଣ ହେବା ସମ୍ଭାବନା ଥିବାରୁ ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତ କରାଯାଇଛି। ଶିଶୁଙ୍କ ଚିକିତ୍ସା ଲାଗି ସ୍ୱତନ୍ତ୍ର ଭାବେ ୧,୬୧୦ ସାଧାରଣ ବେଡ୍‌ ଓ ୬୧୦ ଆଇସିୟୁ ବେଡ୍‌ର ବ୍ୟବସ୍ଥା କରାଯାଇଛି। ଏହାସହ ଶିଶୁ ଭବନରେ କୋଭିଡ ଓ୍ୱାର୍ଡ ପାଇଁ ମଧ୍ୟ ପ୍ରସ୍ତାବ ରହିଛି। ସେହିପରି ନବଜାତ କୋଭିଡ ସଂକ୍ରମିତ ଶିଶୁଙ୍କ ପାଇଁ ସ୍ୱତନ୍ତ୍ର କର୍ଣ୍ଣର୍ ସହ ଅଧିକ ସଂକ୍ରମିତଙ୍କ ପାଇଁ କୋଭିଡ କେୟାର ସେଣ୍ଟର କରାଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ, କଟକରୁ ନକଲି ମେଡିସିନ ଜବତ ପରେ ଏହାର ଲିଙ୍କ୍ ନେଇ ବଲାଙ୍ଗିରରେ ଚଢାଉ ହୋଇଛି। ବଲାଙ୍ଗିର ସହର ସୁଦପଡ଼ା ସ୍ଥିତ ମୋଦି ଫାର୍ମାସ୍ୟୁଟିକାଲରେ ଚଢାଉ କରିଛନ୍ତି ଡ୍ରଗ୍ସ ଇନ୍ସପେକ୍ଟର। ଡ୍ରଗ୍ସ କଣ୍ଟ୍ରୋଲରଙ୍କଠାରୁ ସୂଚନା ପାଇଁ ଏହି ଚଢାଉ କରାଯାଇଥିଲା। ଥଣ୍ଡା କାଶ ପାଇଁ ବ୍ୟବହୃତ ମେଡିସିନ୍ ଜବତ କରାଯାଇ ଏହାକୁ ପରୀକ୍ଷା ପାଇଁ ଲ୍ୟାବ୍‌ ପଠାଯିବ ବୋଲି ଡ୍ରଗ୍ସ ଇନ୍ସପେକ୍ଟର କହିଛନ୍ତି। ତେବେ ପରୀକ୍ଷା ପରେ ଏହି ଔଷଧ ବାବଦରେ ତଥ୍ୟ ମିଳିବ ବୋଲି ଜଣାପଡ଼ିଛି। ଜବତ ହୋଇଥିବା ମେଡିସିନ୍ ସମ୍ପର୍କରେ ସଂପୃକ୍ତ ଫାର୍ମାସ୍ୟୁଟିକାଲ କୌଣସି କାଗଜପତ୍ର ଦେଖାଇ ପାରିନଥିଲେ। ସୂଚନାଥାଉ କି, କିଛି ଦିନ ତଳେ କଟକରୁ ବିପୁଳ ପରିମାଣର ନକଲି ଔଷଧ ଜବତ କରାଯାଇଥିଲା। ଏହାପରେ ଏହି ଲିଙ୍କରେ ବଲାଙ୍ଗିରରେ ଥିବା ଏହି ଫାର୍ମାସ୍ୟୁଟିକାଲରେ ଚଢାଉ କରାଯାଇଥିବା ଜଣାପଡ଼ିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ