Advertisment

Double Rice Quota: ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଚାଉଳ, ଆଶା ଦେଖାଇଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ମୁଣ୍ଡ ପିଛା ବଢ଼ିପାରେ ଚାଉଳ ପରିମାଣ । ୫ କିଲୋ ଜାଗାରେ ଅଧିକ ୫କିଲୋ ଚାଉଳ ଦେବାକୁ ଚିନ୍ତା କରୁଛନ୍ତି ରାଜ୍ୟ ସରକାର । ଏନେଇ ସରକାର ଚିନ୍ତା କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

author-image
Manas Ranjan Mohanty
rice

rice Photograph: (OTV)

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ମୁଣ୍ଡ ପିଛା ବଢ଼ିପାରେ ଚାଉଳ ପରିମାଣ । 5 କିଲୋ ଜାଗାରେ ଅଧିକ 5 କିଲୋ ଚାଉଳ ଦେବାକୁ ଚିନ୍ତା କରୁଛନ୍ତି ରାଜ୍ୟ ସରକାର । ରାସନ କାର୍ଡରେ ଥିବା ପ୍ରାୟ ୩ କୋଟି ୨୫ ଲକ୍ଷ ହିତାଧିକାରୀ ପାଇବେ ଅଧିକ ଚାଉଳ । ଏନେଇ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ । ଅନେକ ଗରିବ ହିତାଧିକାରୀଙ୍କୁ ୫ କିଲୋ ଚାଉଳ ପର୍ଯ୍ୟାପ୍ତ ହେଉ ନଥିବାରୁ ଏନେଇ ସରକାର ଚିନ୍ତା କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ । ଏବେ  ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଫାଇଲ ପଠାଯିବ । ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ସେ ସୂଚନା ଦେଇଛନ୍ତି । 

Advertisment

‘ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଚାଉଳ’
ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଲେଖାଏଁ ଚାଉଳ
ଆଶା ଦେଖାଇଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
‘ଚୂଡ଼ାନ୍ତ ନିଷ୍ପତ୍ତି ହୋଇନି, ଚିନ୍ତା କରାଯାଉଛି, ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ’
‘ସମସ୍ତ ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ଦେବାକୁ ଚିନ୍ତା କରାଯାଉଛି’
ଆମେ ଚାହୁଁଛୁ ଗରିବ ଲୋକମାନେ ଅଧିକ ଚାଉଳ ପାଆନ୍ତୁ- କୃଷ୍ଣଚନ୍ଦ୍ର
‘ରାଜ୍ୟ ସରକାର ନିଜସ୍ବ ଖର୍ଚ୍ଚରେ ଅଧିକ ଚାଉଳ ଦେବାକୁ ଚିନ୍ତା କରୁଛନ୍ତି’

Advertisment
Related Articles
Advertisment