Advertisment

କୋଭିଡ୍ ହସ୍ପିଟାଲରେ ସ୍ୱତନ୍ତ୍ର ଶିଶୁ ବିଭାଗ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ତୃତୀୟ ଲହର ପାଇଁ ଆଗୁଆ ପଦକ୍ଷେପ ରାଜ୍ୟ ସରକାର ନେଇଛନ୍ତି। ଆଗୁଆ ବ୍ୟବସ୍ଥା ପାଇଁ ସବୁ ଜିଲ୍ଲାପାଳ, CDMOମାନଙ୍କୁ ସ୍ୱାସ୍ଥ୍ୟ ACS ଚିଠି କରିଛନ୍ତି। ତୃତୀୟ ଲହରରେ ଛୋଟପିଲା ସଂକ୍ରମିତ ହେବା ସମ୍ଭାବନା ଥିବାରୁ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନ…

ଅଦ୍ୟତନ ହୋଇଛି
କୋଭିଡ୍ ହସ୍ପିଟାଲରେ ସ୍ୱତନ୍ତ୍ର ଶିଶୁ ବିଭାଗ ପାଇଁ ନିର୍ଦ୍ଦେଶ

Children

Advertisment

ଭୁବନେଶ୍ୱର: ସମ୍ଭାବ୍ୟ ତୃତୀୟ ଲହର ପାଇଁ ଆଗୁଆ ପଦକ୍ଷେପ ରାଜ୍ୟ ସରକାର ନେଇଛନ୍ତି। ଆଗୁଆ ବ୍ୟବସ୍ଥା ପାଇଁ ସବୁ ଜିଲ୍ଲାପାଳ, CDMOମାନଙ୍କୁ ସ୍ୱାସ୍ଥ୍ୟ ACS ଚିଠି କରିଛନ୍ତି। ତୃତୀୟ ଲହରରେ ଛୋଟପିଲା ସଂକ୍ରମିତ ହେବା ସମ୍ଭାବନା ଥିବାରୁ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନ ଥିବା କୋଭିଡ୍ ହସ୍ପିଟାଲରେ ସ୍ୱତନ୍ତ୍ର ଶିଶୁ ବିଭାଗ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସବୁ ଜିଲ୍ଲା ଓ ଉପଖଣ୍ଡ ହସ୍ପିଟାଲରେ ୧୦ଟି ଆଇସୋଲେସନ ବେଡ୍ ରହିବ।

Advertisment

ସେହିପରି ୭ଟି ମେଡିକାଲ କଲେଜରେ ୬୪ NICU ସହ ମୋଟ ୧୫୫ ବେଡ୍ ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ICU ବ୍ୟବସ୍ଥା ଥିବା ସବୁ ସିସିସିରେ ୧୫% ବେଡ୍ ପିଲାଙ୍କ ପାଇଁ ଉଦ୍ଦିଷ୍ଟ ରହିବ। ପର୍ଯ୍ୟାପ୍ତ ଔଷଧ, ଅକ୍ସିଜେନ ମହଜୁଦ ରଖିବାକୁ ମଧ୍ୟ ACS ନିର୍ଦ୍ଦେଶ ଦେଇଛନ୍ତି। ସ୍ବତନ୍ତ୍ର କୋଭିଡ଼ ବ୍ଲକ ପ୍ରସ୍ତୁତ କରିବାକୁ କଟକ ଶିଶୁଭବନ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢନ୍ତୁ : ଟିକା ନେଲେ ମିଳିବ ମୋବାଇଲ୍

Corona Breaking News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ