/odishatv-khabar/media/post_attachments/uploadimage/library/16_9/16_9_0/choll_1625389983.jpg)
choll
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆହୁରି ନର୍ଦ୍ଧୁମ ବର୍ଷା ହେବ। ରାଜ୍ୟର ପ୍ରାୟ ୨୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମ୍ଭାବ୍ୟ ବର୍ଷାର ପରିମାଣକୁ ଦେଖି ୧୩ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ୧୧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଉଭୟ ରେଡ୍ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଏସବୁ ଜିଲ୍ଲାର ପାହାଡ଼ିଆ ଅଞ୍ଚଳରେ ଭୁ-ସ୍ଖଳନ ସହ ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହେବାର ଆଶଙ୍କା ରହିଛି। ସେହିପରି କଚ୍ଚା ରାସ୍ତା ମଧ୍ୟ ପ୍ରଭାବିତ ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି। ଏସବୁ ବାଦ୍ ବଳକା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯିବା ସହ ପ୍ରସ୍ତୁତ ରହିବାକୁ ସତର୍କ କରିଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନ ଯଥା କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇରେ ସର୍ବାଧିକ ୨୩୪ ଦଶମିକ ଶୂନ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ କେନ୍ଦୁଝର ଜିଲ୍ଲା ଚମ୍ପୁଆରେ ୨୧୦ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିଭଳି ମୟୁରଭଞ୍ଜ ଜିଳ୍ଲା ବାରିପଦାରେ ୨୦୬ ଏବଂ ବୌଦ୍ଧରେ ୨୦୮ ଦଶମିକ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ କହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)