Advertisment

ଓଡ଼ିଶାରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ନବରଙ୍ଗପୁର ଓ ଖୋର୍ଦ୍ଧାରୁ ୧୯ଜଣ […]

author-image
Rajalaxmi Sahoo
ଓଡ଼ିଶାରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

corona

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ନବରଙ୍ଗପୁର ଓ ଖୋର୍ଦ୍ଧାରୁ ୧୯ଜଣ ଲେଖାଏ, ରାୟଗଡ଼ାରୁ ୧୬, ଗଞ୍ଜାମରୁ ୫୮, ଯାଜପୁର ଓ ନୟାଗଡ଼ରୁ ୩ଜଣ ଲେଖାଏ, ମାଲାକାନଗିରିରୁ ୫, ପୁରୀରୁ ୬, କଟକରୁ ୧୪,  ଗଜପତିରୁ ୧୬, ବରଗଡ଼ ଓ କୋରାପୁଟରୁ ଜଣେ ଲେଖାଏ, କେନ୍ଦ୍ରାପଡ଼ାରୁ ୬, ସମ୍ବଲପୁରରୁ ୨ଜଣ ଆକ୍ରାନ୍ତ ରହିଛନ୍ତି।

Advertisment

ସେହିପରି ପଶ୍ଚିମବଙ୍ଗରୁ ଅମ୍ପନ୍‌ ମୁକାବିଲା କରି ଫେରିଥିବା ଏନ୍‌ଡିଆର୍‌ଏଫ୍‌ର ଆଉ ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

publive-image

publive-image

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୦୩ଜଣ ଚିକିତ୍ସାଧୀନ ଥିବାବେଳେ ୪,୪୨୨ଜଣ ସୁସ୍ଥ ହୋଇଛନ୍ତି। ୧୮ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

publive-image

Odisha Corona Update Corona Updates Corona Breaking News Corona Cases In Odisha Corona Updates Odisha Odisha Corona Update Today Odisha Corona Update In Odia କରୋନା କରୋନା ଭାଇରସ୍ କରୋନା ଖବର କରୋନା ଖବର ଓଡ଼ିଶା
Advertisment
Advertisment