Advertisment

ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି। ମୃତକ ଗଞ୍ଜାମ ଜିଲ୍ଲାର ୫୫ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ […]

author-image
Rajalaxmi Sahoo
ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

corona

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି।

Advertisment

ମୃତକ ଗଞ୍ଜାମ ଜିଲ୍ଲାର ୫୫ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

publive-image

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୩୧ଜଣ ଚିକିତ୍ସାଧୀନ ଥିବାବେଳେ ୨,୩୫୪ଜଣ ସୁସ୍ଥ ହୋଇଛନ୍ତି। ତେବେ ୧୦ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

Advertisment

publive-image

ଅନ୍ୟପକ୍ଷରେ ରାଜ୍ୟରେ ଆଉ ୧୧୨ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

OTV Khabar Odisha News In Odia Corona News In Odia Coronavirus Latest News Covid19 Latest News Corona Total Death In Odisha COVID-19 Pandemic In Odisha
Advertisment
Advertisment