Advertisment

ତଳମୁହାଁ କରୋନା ଗ୍ରାଫ୍‌: ଆଜି ବି ରାଜ୍ୟରେ ୪ ହଜାର ତଳକୁ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୪ ହଜାର ତଳକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୪ ହଜାର ତଳକୁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୫୩୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ…

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ତଳମୁହାଁ କରୋନା ଗ୍ରାଫ୍‌: ଆଜି ବି ରାଜ୍ୟରେ ୪ ହଜାର ତଳକୁ ସଂକ୍ରମିତ ଚିହ୍ନଟ

coronavirus

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୪ ହଜାର ତଳକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୪ ହଜାର ତଳକୁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୫୩୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୦୧୬ ଓ ଲୋକାଲ କେସ୍- ୧୫୧୯ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୫୩୩ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି। 

Advertisment

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୪୩୨ରେ ପହଞ୍ଚିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ, କଳାହାଣ୍ଡି ଓ ପୁରୀରୁ ୪ ଜଣ ଲେଖାଏ, କଟକ, ଜଗତସିଂହପୁର, ଝାରସୁଗୁଡ଼ାରୁ ୩ ଜଣ ଲେଖାଏ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।  

Advertisment

publive-image

ଚିହ୍ନଟ ୩,୫୩୫ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୨୦୭, ବାଲେଶ୍ୱରରୁ ୨୯୬, ବରଗଡ଼ରୁ ୮୬, ଭଦ୍ରକରୁ ୧୮୪, ବଲାଙ୍ଗିରରୁ ୧୮, ବୌଦ୍ଧରୁ ୫୨, କଟକରୁ ୩୨୦, ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୫୬, ଗଜପତିରୁ ୨୭, ଗଞ୍ଜାମରୁ ୨୬, ଜଗତସିଂହପୁରରୁ ୯୦, ଯାଜପୁରରୁ ୩୪୮, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୫୬, କେନ୍ଦ୍ରାପଡ଼ାରୁ ୧୦୪, କେନ୍ଦୁଝରରୁ ୯୨, ଖୋର୍ଦ୍ଧାରୁ ୫୩୩, କୋରାପୁଟରୁ ୫୬, ମାଲକାନଗିରିରୁ ୬୮, ମୟୂରଭଞ୍ଜରୁ ୧୫୩, ନବରଙ୍ଗପୁରରୁ ୮୫, ନୟାଗଡ଼ରୁ ୯୫, ନୂଆପଡ଼ାରୁ ୧୫, ପୁରୀରୁ ୧୮୭, ରାୟଗଡ଼ାରୁ ୭୩, ସମ୍ବଲପୁରରୁ ୩୯, ସୋନପୁରରୁ ୩୯, ସୁନ୍ଦରଗଡ଼ରୁ ୭୬ ଓ ଷ୍ଟେଟ୍‌ ପୁଲ୍‌ରୁ ୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୩,୦୬୧ରେ ପହଞ୍ଚି ଥିବାବେଳେ ୮,୧୧,୭୮୦ ଜଣ ସୁସ୍ଥ ହୋଇଛନ୍ତି। ତେବେ ଆକ୍ଟିଭ୍‌ କେସ୍‌-୪୭,୭୯୬ ରହିଛି।

Corona News Today
Advertisment
Advertisment