Advertisment

୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨,୦୬୯ ଓ ଲୋକାଲ କେସ୍- ୧,୫୬୨ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୫୦୬ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି। ଖୋର୍ଦ୍ଧା ପରେ କଟକରୁ ୪୩୮ଜଣ ପଜିଟିଭ୍‌…

ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ କରୋନା ସଂକ୍ରମିତ ଚିହ୍ନଟ

corona testing

Advertisment

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨,୦୬୯ ଓ ଲୋକାଲ କେସ୍- ୧,୫୬୨ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୫୦୬ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି। ଖୋର୍ଦ୍ଧା ପରେ କଟକରୁ ୪୩୮ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। 

Advertisment

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ଝାରସୁଗୁଡ଼ା, ପୁରୀ, ସୁନ୍ଦରଗଡ଼ରୁ ୪ ଜଣ ଲେଖାଏ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡିରୁ ୩ ଜଣ ଲେଖାଏ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏ, ବରଗଡ଼, ଢେଙ୍କାନାଳ, ନବରଙ୍ଗପୁର, ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୪୭୧କୁ ବୃଦ୍ଧି ପାଇଛି।

publive-image

ଚିହ୍ନଟ ୩,୬୩୧କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୨୦୪, ବାଲେଶ୍ୱରରୁ ୨୬୨, ବରଗଡ଼ରୁ ୫୦, ଭଦ୍ରକରୁ ୧୭୮, ବଲାଙ୍ଗିରରୁ ୩୬, ବୌଦ୍ଧରୁ ୮୪, କଟକରୁ ୪୩୮, ଦେବଗଡ଼ରୁ ୨୮, ଢେଙ୍କାନାଳରୁ ୧୧୪, ଗଜପତିରୁ ୧୮, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୯୨, ଯାଜପୁରରୁ ୩୦୫, ଝାରସୁଗୁଡ଼ାରୁ ୧୯, କଳାହାଣ୍ଡିରୁ ୪୧, କନ୍ଧମାଳରୁ ୪୮, କେନ୍ଦ୍ରାପଡ଼ାରୁ ୧୨୦, କେନ୍ଦୁଝରରୁ ୬୮, ଖୋର୍ଦ୍ଧାରୁ ୫୦୬, କୋରାପୁଟରୁ ୮୦, ମାଲକାନଗିରିରୁ ୫୬, ମୟୂରଭଞ୍ଜରୁ ୧୧୨, ନବରଙ୍ଗପୁରରୁ ୧୦୮, ନୟାଗଡ଼ରୁ ୧୦୬, ନୂଆପଡ଼ାରୁ ୧୯, ପୁରୀରୁ ୧୯୯, ରାୟଗଡ଼ାରୁ ୭୯, ସମ୍ବଲପୁରରୁ ୩୭, ସୋନପୁରରୁ ୫୦, ସୁନ୍ଦରଗଡ଼ରୁ ୮୩ ଓ ଷ୍ଟେଟ୍‌ ପୁଲ୍‌ରୁ ୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

Advertisment

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୬,୬୯୨ରେ ପହଞ୍ଚି ଥିବାବେଳେ ୮,୧୭,୩୫୯ ଜଣ ସୁସ୍ଥ ହୋଇଛନ୍ତି। ତେବେ ଆକ୍ଟିଭ୍‌ କେସ୍‌-୪୫,୮୦୯ ରହିଛି।

ପ୍ରାୟ ଦେଢ଼ ମାସର ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ପରେ ସାରା ରାଜ୍ୟରେ ଆଜିଠାରୁ ଆଂଶିକ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ଜୁଲାଇ ୧ ତାରିଖ ସକାଳ ୫ଟା ଯାଏ ଏହା ବଳବତ୍ତର ରହିବ। ତେବେ କୋଭିଡ୍ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୭ଟି ଜିଲ୍ଲାକୁ କାଟାଗୋରୀ ‘ଏ’ ଏବଂ ଅନ୍ୟ ୧୩ଟି ଜିଲ୍ଲାକୁ କାଟାଗୋରୀ ‘ବି’ରେ ରଖାଯାଇଛି।

Odisha Corona News Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ