ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୫୭୦ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧୮୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୯୭୨ ଜଣ ସୁସ୍ଥ ହୋଇଥିବାବେଳେ ୪,୪୭୫ ଜଣ ଚିକିତ୍ସାଧୀନ ଅଛନ୍ତି।