Advertisment

ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ଖୋର୍ଦ୍ଧା, ରାୟଗଡ଼ା ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି। ଆଜିର ସଂଖ୍ୟାକୁ […]

author-image
Rajalaxmi Sahoo
ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା

corona

ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ଖୋର୍ଦ୍ଧା, ରାୟଗଡ଼ା ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି। ଆଜିର ସଂଖ୍ୟାକୁ ମିଶାଇ ଓଡ଼ିଶାରେ କରୋନାରେ ନେଲାଣି ୪୮ ଜଣଙ୍କ ଜୀବନ। ଗଞ୍ଜାମରେ ସ୍ଥିତି ଉଦ୍‌ବେଗଜନକ। କେବଳ ଗଞ୍ଜାମ ଜିଲ୍ଲାରେ ଆଜି ଗୋଟିଏ ଦିନରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଗଞ୍ଜାମରେ ମୋଟ ମୃତ୍ୟୁ ସଂଖ୍ୟା ୨୭ରେ ପହଞ୍ଚିଛି।

corona

corona

ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୫୨୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୬ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୮୬୦ଜଣ ଚିକିତ୍ସାଧୀନ ଥିବାବେଳେ ୬,୭୦୩ଜଣ ସୁସ୍ଥ ହୋଇଛନ୍ତି। ୪୮ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

corona

Coronavirus Odisha News Corona Updates In Odisha
Advertisment
Advertisment