Advertisment

ଓଡ଼ିଶାରେ ଖସୁଛି କରୋନା ଗ୍ରାଫ, ହେଲେ ମୃତ୍ୟୁରେ ଲାଗିପାରୁନି ବ୍ରେକ୍‌

ଭୁବନେଶ୍ୱର: ରାଜ୍ୟରେ ଆଜି ବି ୧୦ ହଜାର ତଳକୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯଦିଓ ଆଜିକୁ ମିଶାଇ ଗତ ୩ ଦିନ ହେବ ରାଜ୍ୟରେ ୧୦ ହଜାର ତଳକୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି, ହେଲେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା…

ଅଦ୍ୟତନ ହୋଇଛି
ଓଡ଼ିଶାରେ ଖସୁଛି କରୋନା ଗ୍ରାଫ, ହେଲେ ମୃତ୍ୟୁରେ ଲାଗିପାରୁନି ବ୍ରେକ୍‌

coronavirus

Advertisment

ଭୁବନେଶ୍ୱର: ରାଜ୍ୟରେ ଆଜି ବି ୧୦ ହଜାର ତଳକୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯଦିଓ ଆଜିକୁ ମିଶାଇ ଗତ ୩ ଦିନ ହେବ ରାଜ୍ୟରେ ୧୦ ହଜାର ତଳକୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି, ହେଲେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ୭,୧୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Advertisment

ଗତକାଲି ୭,୨୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୭,୧୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୦୨୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ଟସ୍‌ ୩୧୬୨ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭,୪୭,୧୪୩ରେ ପହଞ୍ଚିଛି। ତେବେ ଆକ୍ଟିଭ୍‌ କେସ୍‌ ୯୭,୨୭୧ ଥିବାବେଳେ ୬,୪୭,୧୩୩ ଜଣ ସୁସ୍ଥ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧,୧୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପରେ କଟକରୁ ୬୯୦ ଓ ଅନୁଗୁଳରୁ ୫୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

Advertisment

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡି ଓ ରାୟଗଡ଼ାରୁ ୪ ଜଣ ଲେଖାଏ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏ, ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ମଧ୍ୟ ୩ ଜଣ ଲେଖାଏ, ବୌଦ୍ଧ, ଜଗତସିଂହପୁର ଓ କୋରାପୁଟରୁ ୨ ଜଣ ଲେଖାଏ,  କଟକ, ମାଲକାନଗିରି, ସମ୍ବଲପୁର ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୬୮୬ରେ ପହଞ୍ଚିଛି। ଗତକାଲି ୩୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା।

publive-image

ଭିଡିଓ କନଫେରେନ୍ସିଂ ଜରିଆରେ ରାଜ୍ୟ କୋଭିଡ୍ ପରାମର୍ଶଦାତା କମିଟିର ପ୍ରଥମ ବୈଠକ ଆୟୋଜିତ ହୋଇଛି।  ବୈଠକରେ ବିଶେଷଜ୍ଞଙ୍କ ପରାମର୍ଶ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ୍ ମୁକାବିଲା ଓ ମଜବୁତ୍‌ ସ୍ୱାସ୍ଥ୍ୟ ବ୍ୟବସ୍ଥା ପାଇଁ ମତାମତ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ କରୋନା ନିୟନ୍ତ୍ରଣରେ ଅଛି, ସଠିକ୍ ପଦକ୍ଷେପ ନିଆଯାଉଛି। କିଛି ଜିଲ୍ଲାକୁ ବାଦ୍ ଦେଲେ ରାଜ୍ୟରେ କରୋନା ଟ୍ରେଣ୍ଡ୍ ତଳକୁ ଖସୁଛି। ବୈଠକରେ ପରବର୍ତ୍ତୀ କରୋନା ଲହରକୁ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଶିଶୁଙ୍କ କ୍ଷେତ୍ରରେ ସଂକ୍ରମଣ ବୃଦ୍ଧି ଆଶଙ୍କାକୁ ନେଇ ଚିନ୍ତା ବ୍ୟକ୍ତ ସହ ଆଗକୁ ଶିଶୁଙ୍କୁ ସଂକ୍ରମଣ ମୁକ୍ତ ରଖିବା ବଡ଼ ଆହ୍ୱାନ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଆଜିଠୁ ପୁଣି ୨ ଦିନିଆ ସପ୍ତାହାନ୍ତ ସଟ୍‌ଡାଉନ୍‌। ରାଜ୍ୟରେ ଦୈନିକ ସଂକ୍ରମଣରେ ବ୍ରେକ୍ ଲଗାଇବା ପାଇଁ ପ୍ରତି ସପ୍ତାହର ଶେଷ ଦୁଇ ଦିନ ଶନି ଓ ରବିବାର ସଟ୍‌ଡାଉନ୍‌ କରାଯାଉଛି। କେବଳ ଅତ୍ୟାବଶ୍ୟକ ସେବାକୁ ଛାଡ଼ଇଦେଲେ ଏହି ଦୁଇ ଦିନ ସମସ୍ତ ଦୋକାନ ବଜାର ବନ୍ଦ ରହୁଛି।

" frameborder="0" allow="accelerometer; autoplay; clipboard-write; encrypted-media; gyroscope; picture-in-picture" allowfullscreen>

Corona Breaking News Corona Cases In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ