coronavirus
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୫୧୮ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୩୬୧ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୩୧ ଚିହ୍ନଟ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୫,୫୨୬ରେ ପହଞ୍ଚିଛି। ଆକ୍ଟିଭ୍ କେସ୍-୪,୮୮୮ ଥିବାବେଳେ ୩ ଲକ୍ଷ ୩୮ ହଜାର ୬୬୨ ଜଣ ଆକ୍ରାନ୍ତ ସୁସ୍ଥ ହେଲେଣି
ଗତକାଲି ରାଜ୍ୟରେ ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛିଥିଲା।
ସେପଟେ ରାଜ୍ୟରେ ଟିକାର ଅଭାବ ଦର୍ଶାଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ। ସେ କହିଛନ୍ତି, ଦୁଇ ଦିନ ଭିତରେ ଟିକା ନ ଆସିଲେ ଟିକାକରଣ ବାଧାପ୍ରାପ୍ତ ହେବ। ଟିକା ଅଭାବରୁ ଗତକାଲି ଟିକାକରଣ ବାଧାପ୍ରାପ୍ତ ହୋଇଛି। କାଲି ୨ ଲକ୍ଷ ଡୋଜ୍ ଲକ୍ଷ୍ୟ ଥିଲା। ହେଲେ ଅଭାବରୁ ୧ ଲକ୍ଷ ୧୦ ହଜାର ଦେଇଛୁ। ୪ ଲକ୍ଷ ୩୫ ହଜାର ୩୨୦ ଡୋଜ୍ କୋଭିସିଲ୍ଡ ରହିଛି ଓ ୨ ଦିନରେ ଏହା ସରିଯିବ। ସେହିପରି ୧ ଲକ୍ଷ ୧୪ ହଜାର ୪୯୦ ଡୋଜ କୋଭାକ୍ସିନ ଅଛି ଓ ୧୦ ଦିନରେ ଏହା ସରିବ। ଆଗାମୀ ୧୦ ଦିନ ପାଇଁ ୨୫ ଲକ୍ଷ ଡୋଜ ଟିକାର ଆବଶ୍ୟକତା ରହିଛି। କାଲି ୭୦୦ ଟିକାକରଣ କେନ୍ଦ୍ର ବନ୍ଦ ଥିବାବେଳେ କୋରାପୁଟ ଜିଲ୍ଲାରେ ପୂରା ବନ୍ଦ ରହିଛି।
ରାୟଗଡ଼ା ଜିଲ୍ଲା ଗୁଣୁପୁରରେ ଥିବା ଗାନ୍ଧି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରିଂ ଆଣ୍ଡ୍ ଟେକ୍ନୋଲୋଜି(GIET) ବିଶ୍ୱବିଦ୍ୟାଳୟରୁ କରୋନା ପଜିଟିଭ୍ ଚିହ୍ନଟ ପରେ ୩ ଦିନ ପାଇଁ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖାଯାଇଛି। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/coronavirus_1626178817.jpg)