/odishatv-khabar/media/post_attachments/uploadimage/library/16_9/16_9_0/OTV-Yoga-Media-Samman1_1626008794.jpg)
OTV-Yoga-Media-Samman1
ଭୁବନେଶ୍ୱର: OTVକୁ ମିଳିଛି ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ମିଡିଆ ସମ୍ମାନ। ବର୍ଷ ୨୦୧୯ ପାଇଁ ଇଲେକ୍ଟ୍ରୋନିକ୍ ମିଡିଆ ଓଡ଼ିଆ ଟିଭି ବର୍ଗରେ OTVକୁ ଏହି ସମ୍ମାନ ମିଳିଛି। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ୭ ତାରିଖରେ ଏହି ସମ୍ମାନ ପ୍ରଦାନ କରାଯାଇଛି। ନୂଆଦିଲ୍ଲୀର ନ୍ୟାସନାଲ ମିଡିଆ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡ଼େକରଙ୍କ ନିକଟରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି ଓଟିଭି ନେଟ୍ୱର୍କର ଡିଜିଏମ୍ ସତ୍ୟଜିତ୍ ରୟ।
ଗତବର୍ଷ ଜୁନ୍ ୨୧ ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ଭୁବନେଶ୍ୱରରେ ଓଟିଭି ପକ୍ଷରୁ ଯୋଗ ଦିବସ ପାଳିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ବିସ୍ତୃତ ଭାବେ ଓଟିଭି ଷ୍ଟୁଡିଓରେ ପ୍ରସାରିତ କରାଯାଇଥିଲା। ଏଥିରେ ଯୋଗ ଗୁରୁ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କୁ ଯୋଗାସନ ଶିଖାଇବା ସହ ଏହାର ଉପାଦେୟତା ସମ୍ପର୍କରେ ବର୍ଣ୍ଣନା କରିଥିଲେ। ସେହିଭଳି ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳନର ସିଧା ପ୍ରସାରଣ ମଧ୍ୟ ଓଟିଭିରେ କରାଯାଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)