corona-1
ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତକାଲି ୧,୭୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ପାର୍ କରିଛି। ୨୪ ଘଣ୍ଟାରେ ରାଜ୍ୟରେ ୨,୨୬୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି।
ଯାଜପୁର, ଗଞ୍ଜାମ ଓ ବଲାଙ୍ଗିରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୩୩କୁ ବୃଦ୍ଧି ପାଇଥିବା ବେଳେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୫୫,୩୫୩ରେ ପହଞ୍ଚିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ୧,୩୧୪ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୯୫୩ ରହିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୪୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୪୮ ଜଣ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୫,୩୫୩ରେ ପହଞ୍ଚିଛି। ଆକ୍ଟିଭ୍ କେସ୍-୧୨,୨୪୪ ଥିବାବେଳେ ୩ ଲକ୍ଷ ୪୧ ହଜାର ୧୨୩ ଜଣ ଆକ୍ରାନ୍ତ ସୁସ୍ଥ ହେଲେଣି।
/odishatv-khabar/media/post_attachments/wp-content/uploads/2021/04/corona-9.jpg)
ଗତକାଲି ରାଜ୍ୟରେ ୧,୭୮୪ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୧,୦୩୪ କ୍ୱାରେଣ୍ଟିନରୁ ବାହାରି ଥିବାବେଳେ ୭୪୯ ଲୋକାଲ କଣ୍ଟାକ୍ଟ କେସ୍ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।
ଶ୍ରୀମନ୍ଦିର ସହ ସଂପୃକ୍ତ ୨୩ ଜଣଙ୍କର କରୋନା ପଜିଟିଭ ଆସିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ପୁରୀରେ ୭ ସେବାୟତ ଓ ସେମାନଙ୍କ ୩ ପରିବାର ସଦସ୍ୟଙ୍କ ନମୂନା ପଜିଟିଭ ଆସିଛି। ସେତିକି ନୁହେଁ, ଶ୍ରୀମନ୍ଦିର ନିକଟ ଜୋତାଷ୍ଟାଣ୍ଡର ୮ ଜଣ ଓ ଶ୍ରୀମନ୍ଦିର ପ୍ରଶାସନର ୩ କର୍ମଚାରୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି।
ଅନ୍ୟପକ୍ଷେ, ପବିତ୍ର ରମଜାନ ମାସ ପାଇଁ ମଧ୍ୟ କଟକଣା ଜାରି କରାଯାଇଛି। ଧାର୍ମିକ ଅନୁଷ୍ଠାନରେ ୫୦ ପ୍ରତିଶତ ଶ୍ରଦ୍ଧାଳୁଙ୍କୁ ନେଇ ନମାଜ ପାଠ ହେବ। ଏଥିସହ ମାସ୍କ, ସାନିଟାଇଜର ବ୍ୟବହାର ଏବଂ ସାମାଜିକ ଦୂରତା ବାଧ୍ୟତାମୂଳକ ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/corona-1-1_1626179545.jpg)