Advertisment

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଜଣେ ନିଖୋଜ୍ ଅଭିଯୋଗ

ଭୁବନେଶ୍ୱର: ରାଜଭବନ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଗଂଜାମ ଜିଲ୍ଲାର ସିମାଞ୍ଚଳ ପରିଡ଼ା ନାମକ ବ୍ୟକ୍ତି ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ସିମାଞ୍ଚଳଙ୍କ ଭଉଣୀ ଓ ସମ୍ପର୍କୀୟ ଭାଇ ଏଭଳି ଅଭିଯୋଗ ଆଣିଛନ୍ତି। ଗଂଜାମ ଜିଲ୍ଲା ଆସିକା ଗହଙ୍ଗୁ ଗାଁରେ ସିମାଞ୍ଚଳଙ୍କ ଘର। ସେ ଜଣେ ଡିପ୍ଲୋମା ଇଂଜିନିୟର। ଏଲ୍‌ପିଜି କାମରେ ସେ ନିୟୋଜିତ ଥିବା ତାଙ୍କ ଭଉଣୀ କହିଛନ୍ତି। ଭଉଣୀଙ୍କ କହିବାନୁସାରେ, କୋଲକାତାରୁ ଆସି ସେ ଭୁବନେଶ୍ୱରରେ ଥିଲେ। ବିସ୍ଫୋରଣ ଖବର ପାଇବା ପରେ ସିମାଞ୍ଚଳଙ୍କ […]

author-image
Abinash Pati
ଅଦ୍ୟତନ ହୋଇଛି
ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଜଣେ ନିଖୋଜ୍ ଅଭିଯୋଗ

petroll

ଭୁବନେଶ୍ୱର: ରାଜଭବନ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଗଂଜାମ ଜିଲ୍ଲାର ସିମାଞ୍ଚଳ ପରିଡ଼ା ନାମକ ବ୍ୟକ୍ତି ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ସିମାଞ୍ଚଳଙ୍କ ଭଉଣୀ ଓ ସମ୍ପର୍କୀୟ ଭାଇ ଏଭଳି ଅଭିଯୋଗ ଆଣିଛନ୍ତି। ଗଂଜାମ ଜିଲ୍ଲା ଆସିକା ଗହଙ୍ଗୁ ଗାଁରେ ସିମାଞ୍ଚଳଙ୍କ ଘର। ସେ ଜଣେ ଡିପ୍ଲୋମା ଇଂଜିନିୟର। ଏଲ୍‌ପିଜି କାମରେ ସେ ନିୟୋଜିତ ଥିବା ତାଙ୍କ ଭଉଣୀ କହିଛନ୍ତି।

Advertisment

ଭଉଣୀଙ୍କ କହିବାନୁସାରେ, କୋଲକାତାରୁ ଆସି ସେ ଭୁବନେଶ୍ୱରରେ ଥିଲେ। ବିସ୍ଫୋରଣ ଖବର ପାଇବା ପରେ ସିମାଞ୍ଚଳଙ୍କ ସହ ଯୋଗାଯୋଗ କରିବାକୁ ତାଙ୍କ ଭଉଣୀ ଚେଷ୍ଟା କରିଥିଲେ। ଫୋନ ନଲାଗିବାରୁ ସେମାନେ ଭୁବନେଶ୍ୱର ଆସିଛନ୍ତି।

କ୍ୟାପିଟାଲ ହସ୍ପିଟାଲ ଏବଂ କଟକ ଏସ୍‌ସିବି ଯାଇ ଆହତ ବ୍ୟକ୍ତିଙ୍କ ସମ୍ପର୍କରେ ପଚାରି ବୁଝିଥିଲେ। ତେବେ ତାଙ୍କ ଭାଇ ବିଷୟରେ କୌଣସି ସୂଚନା ମିଳିନଥିବା ଜଣାପଡ଼ିଛି। ବିସ୍ଫୋରଣସ୍ଥଳରୁ ସିମାଞ୍ଚଳଙ୍କ ଏଟିଏମ୍ ଏବଂ ମନିପର୍ସ ମିଳିଥିବା ଆଇଓସିଏଲ୍ ଅଧିକାରୀ ସୂଚନା ଦେଇଥିବା ପରିବାର ଲୋକେ କହିଛନ୍ତି।

Advertisment
Advertisment
Advertisment