Advertisment

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ ହୋଇଛି। ଆସନ୍ତାକାଲି ସକାଳ ବେଳକୁ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ଲାଗି ରହିବ। ଅତି ପ୍ରବଳ ବର୍ଷା ନେଇ ଗଂଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି […]

author-image
Abinash Pati
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

rain

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ ହୋଇଛି। ଆସନ୍ତାକାଲି ସକାଳ ବେଳକୁ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।

Advertisment

ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ଲାଗି ରହିବ। ଅତି ପ୍ରବଳ ବର୍ଷା ନେଇ ଗଂଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ସମ୍ଭାବନା ନେଇ ଅନ୍ୟ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର। ସେହିପରି ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ବି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Advertisment
Advertisment
Advertisment