Advertisment

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲ୍ ମାର୍କଡ୍‌ରେ ପରିଣତ ହେବା ପରେ ଆଜି ଏହା ଅବପାତର ରୂପ ନେଇପାରେ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ କ୍ରମେ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ। ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ଅନେକ ସ୍ଥାନରେ ପ୍ରବଳ କିମ୍ବା […]

author-image
Biswobandita Swain
ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

rain-op

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲ୍ ମାର୍କଡ୍‌ରେ ପରିଣତ ହେବା ପରେ ଆଜି ଏହା ଅବପାତର ରୂପ ନେଇପାରେ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ କ୍ରମେ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ। ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ଅନେକ ସ୍ଥାନରେ ପ୍ରବଳ କିମ୍ବା ଅତି ପ୍ରବଳ ବର୍ଷା ହେବା ନେଇ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଅତି ପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଏହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର। ସେହିପରି ପ୍ରବଳ ବର୍ଷା ସମ୍ଭାବନା ନେଇ ଅନ୍ୟ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଏବଂ ଢେଙ୍କାନାଳ। ଏସବୁ ଜିଲ୍ଲାମାନଙ୍କରେ ପବନ ସହ ବର୍ଷା ହେବା ସମ୍ଭାବନା ରହିଛି। ଆଜି ଏବଂ ଆସନ୍ତାକାଲି ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ଏବଂ ସମୟ ସମୟରେ ୫୦କିମି ବେଗରେ ପବନ  ବହିବା ନେଇ ପୂର୍ବନୁମାନ କରାଯାଇଛି।

Advertisment
Advertisment