Advertisment

ବାହାର ଜିଲ୍ଲା ଲୋକଙ୍କୁ ସ୍ୱର୍ଗଦ୍ୱାର ମନା

ପୁରୀ: ପୁରୀ ବ୍ୟତୀତ ଅନ୍ୟ ଜିଲ୍ଲାର ଲୋକଙ୍କୁ ଆଜିଠୁ ସ୍ୱର୍ଗଦ୍ୱାର ମନା। କରୋନା ଭାଇରସର ସ୍ଥିତିକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଛନ୍ତି। ଆଜିଠାରୁ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାରୁ ଲୋକଙ୍କ ଶବଦାହ ଉପରେ କଟକଣା ଲାଗିଛି। ସମୁଦ୍ର କୂଳରେ ଅସ୍ଥି ବିସର୍ଜନ ନେଇ ମଧ୍ୟ କଟକଣା ଲାଗିଛି। ଏନେଇ ଜିଲ୍ଲାପାଳ ବଲୱନ୍ତ ସିଂ ସୂଚନା ଦେଇଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ରାଜ୍ୟରେ କରୋନା ସ୍ଥିତି ଏବେ ଭୟଙ୍କର। ନୂଆ ଆକ୍ରାନ୍ତଙ୍କୁ […]

author-image
Mahasweta Baral
ବାହାର ଜିଲ୍ଲା ଲୋକଙ୍କୁ ସ୍ୱର୍ଗଦ୍ୱାର ମନା

puri999

ପୁରୀ: ପୁରୀ ବ୍ୟତୀତ ଅନ୍ୟ ଜିଲ୍ଲାର ଲୋକଙ୍କୁ ଆଜିଠୁ ସ୍ୱର୍ଗଦ୍ୱାର ମନା। କରୋନା ଭାଇରସର ସ୍ଥିତିକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଛନ୍ତି। ଆଜିଠାରୁ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାରୁ ଲୋକଙ୍କ ଶବଦାହ ଉପରେ କଟକଣା ଲାଗିଛି। ସମୁଦ୍ର କୂଳରେ ଅସ୍ଥି ବିସର୍ଜନ ନେଇ ମଧ୍ୟ କଟକଣା ଲାଗିଛି। ଏନେଇ ଜିଲ୍ଲାପାଳ ବଲୱନ୍ତ ସିଂ ସୂଚନା ଦେଇଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।

Advertisment

ରାଜ୍ୟରେ କରୋନା ସ୍ଥିତି ଏବେ ଭୟଙ୍କର। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୮୬୦ଜଣ ଚିକିତ୍ସାଧୀନ ଥିବାବେଳେ ୬,୭୦୩ଜଣ ସୁସ୍ଥ ହୋଇଛନ୍ତି। ୪୮ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

Advertisment
Advertisment