Advertisment

ଘାଟିରେ ଓଲଟି ପଡ଼ିଲା ପିକ୍‌ନିକ ବସ୍‌

ମୋହନା(ମିହିର ଯତି): ବାଇକ୍‌ ଧକ୍କା ଦେବାରୁ ଘାଟିରେ ଓଲଟି ପଡ଼ିଲା ପିକ୍‌ନିକ୍‌ ବସ୍‌। ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ସଞ୍ଜ ବେଳେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗଞ୍ଜାମ ଜିଲ୍ଲା ପାଟପୁର ଥାନା ତପ୍ତପାଣି ଘାଟିରେ ଘଟିଛି। ଆଜି ସକାଳେ ନୟାଗଡ଼ରୁ ୩୫ ଜଣ ଏକ ବସ୍‌ରେ ଗଜପତି ଜିଲ୍ଲା ଜିରଙ୍ଗ ଓ ଖସଡ଼ା ଜଳପ୍ରପାତକୁ ପିକନିକ କରିବା ପାଇଁ ଯାଇଥିଲେ। ସାନ୍ଧ୍ୟ ବେଳେ ସେମାନେ […]

ଘାଟିରେ ଓଲଟି ପଡ଼ିଲା ପିକ୍‌ନିକ ବସ୍‌

bus

Advertisment

ମୋହନା(ମିହିର ଯତି): ବାଇକ୍‌ ଧକ୍କା ଦେବାରୁ ଘାଟିରେ ଓଲଟି ପଡ଼ିଲା ପିକ୍‌ନିକ୍‌ ବସ୍‌। ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ସଞ୍ଜ ବେଳେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗଞ୍ଜାମ ଜିଲ୍ଲା ପାଟପୁର ଥାନା ତପ୍ତପାଣି ଘାଟିରେ ଘଟିଛି।

Advertisment

ଆଜି ସକାଳେ ନୟାଗଡ଼ରୁ ୩୫ ଜଣ ଏକ ବସ୍‌ରେ ଗଜପତି ଜିଲ୍ଲା ଜିରଙ୍ଗ ଓ ଖସଡ଼ା ଜଳପ୍ରପାତକୁ ପିକନିକ କରିବା ପାଇଁ ଯାଇଥିଲେ। ସାନ୍ଧ୍ୟ ବେଳେ ସେମାନେ ପିକ୍‌ନିକ୍‌ ସାରି ଘରକୁ ଫେରୁଥିଲେ। ତେବେ ତପ୍ତପାଣି ଘାଟି ଉପରେ ବସ୍‌କୁ ଏକ ବାଇକ ଧକ୍କା ଦେଇଥିଲା। ଫଳରେ ବସଟି ରାସ୍ତାର ବାମ ପଟକୁ ଓଲଟି ପଡ଼ିଥିଲା।

ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ବସରେ ଥିବା ୩୫ ଜଣଙ୍କ ମଧ୍ୟରୁ ୧୫ ଜଣ ଗୁରୁତର ଆହତ ହୋଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ମେଡ଼ିକଲରେ ଭର୍ତ୍ତି କରିଛି। ୭ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ