• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Pipili

Human Interest
ଭୋଭୋ ହୋଇ କାନ୍ଦୁଛି ମାଆ, ପୁଅ ଜୀବନ ହାରିଲା ସତ ହେଲେ ଦୁଇ ଜଣଙ୍କୁ ଦେଖାଇଲା ନୂଆ ଦୁନିଆ

ଯାହାକୁ ବଢେଇ କୁଢେଇ ଦୁନିଆ ଦେଖାଇଥିଲା, ଆଜି ସିଏ ଯେତେବେଳେ ଦୁନିଆ ଛାଡି ପଳାଇଲା ସେତେବେଳେ କୋଉ ମାଆର ବା ଧୈର୍ଯ୍ୟ ରହିବ ?

Pipili Accident
ରାସ୍ତା ମଝିରେ ଓଲଟିଲା ଯାତ୍ରୀବାହି ବସ୍ ! ଜଣେ ମୃତ, ୧୫ ଆହତ

ଯାତ୍ରୀଙ୍କୁ ନେଇ ବସ୍‌ଟି ଭୁବନେଶ୍ୱରରୁ ପୁରୀ ଆଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ।

BJP's ZP Candidate In Pipili Campaigns
ମନ ଜିଣିବାକୁ ଧାନ ଖଳାରେ କାମ କଲେ ପ୍ରାର୍ଥୀ

ମନ ଜିଣିବାକୁ ଧାନ ଖଳାରେ କାମ କଲେ ପ୍ରାର୍ଥୀ। ଚାଷୀଙ୍କ କାନ୍ଧରେ କାନ୍ଧ ମିଶାଇ ବେଙ୍ଗଳା ପକାଇବା ସହ ଖଳାରେ କାମ କଲେ। ଟଙ୍କା ନୁହେଁ ଶ୍ରମ ଦାନ କରି ଭୋଟରଙ୍କ ମନ ଜିଣିବେ ବୋଲି ସେ କହିଛନ୍ତି।

Rudra maharathy
ଶପଥ ନେଲେ ନବ ନିର୍ବାଚିତ ବିଧାୟକ ରୁଦ୍ର ମହାରଥୀ

ପିପିଲି ବିଧାୟକ ଭାବେ ନବ ନିର୍ବାଚିତ ରୁଦ୍ର ପ୍ରତାପ ମହାରଥୀ, ଆଜି ଶପଥ ଗ୍ରହଣ କରିଛନ୍ତି । ବିଧାନସଭାରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

pipili by election postmortem
ପିପିଲି ପୋଷ୍ଟମର୍ଟମ: କାହାର ବଢିଲା, କାହାର କମିଲା?

ଭୋଟ୍ ସରିଲା, ଆରମ୍ଭ ହେଲା ଫାଇଦା-ଘାଟାର ପୋଷ୍ଟମର୍ଟମ। ଭୋଟ୍ ପ୍ରତିଶତ ହିସାବକୁ ଦେଖିଲେ, ବିଜେଡି ଫାଇଦାରେ ଥିବା ବେଳେ ବିଜେପି ନିଜ ଭୋଟ୍ ବ୍ୟାଙ୍କ ବଜାୟ ରଖିବା ସହ ସାମାନ୍ୟ ଉନ୍ନତି କରିଛି। କିନ୍ତୁ ଢେର୍ ଘାଟା ଖାଇଛି କଂଗ୍ରେସ୍।

Pipili Bypoll Result
ପିପିଲି ଉପନିର୍ବାଚନ ଭୋଟ୍‌ ଗଣତି: ବିଜେଡିର ରୁଦ୍ର ପ୍ରତାପ ମହାରଥୀ ଆଗୁଆ

ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ଥିବା ସୂଚନା ମିଳିଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ୧୪୦୬ ଖଣ୍ଡ ଭୋଟ୍‌ରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି।

Pipili Bypoll
ପିପିଲିରେ କିଏ ମାରିବ ବାଜି ? ସକାଳ ୮ଟାରୁ ଭୋଟ୍‌ ଗଣତି

ପିପିଲିରେ କିଏ ମାରିବ ବାଜି ? କାହାର ହେବ ପିପିଲି ? ଆଉ କିଛି ସମୟ ପରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହେବ। ପୁରୀ ପେଣ୍ଠକଟା ସେଣ୍ଟରରେ ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି କରାଯିବ। ଏହାପରେ ୮ଟା ୩୦ରୁ ଇଭିଏମ୍ ଗଣତି କରାଯିବ।  

Election
ଇଭିଏମ୍‌ରେ ସିଲ୍‌ ହୋଇଛି ପିପିଲି ପ୍ରାର୍ଥୀଙ୍କ ଭାଗ୍ୟ, ୩ରେ ଜଣାପଡ଼ିବ ପିପିଲିର ବାଜିଗର କିଏ?

ଇଭିଏମରେ ସିଲ୍ ପିପିଲି ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ। ମନ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେଇଛନ୍ତି ପିପିଲି ବାସୀ। ଇଭିଏମ ଗୁଡିକ ବର୍ତ୍ତମାନ ପେଣ୍ଠକଟା ୱେର ହାଉସ୍ ଷ୍ଟ୍ରଙ୍ଗରୁମରେ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି

Pipili Vote
ସରିଲା ପିପିଲି ଭୋଟ, ୩ରେ ଜଣାପଡ଼ିବ କିଏ ଧରିବ ମଙ୍ଗ..

ଦୁଇ ଦୁଇ ଥର ସ୍ଥଗିତ ପରେ ଶେଷରେ ଆଜି ଶାନ୍ତିଶୃଙ୍ଖଳାର ସହ ପିପିଲି ବିଧାନସଭା ଆସନ ପାଇଁ ଉପନିର୍ବାଚନ ଶେଷ ହୋଇଛି । ନିର୍ବାଚନ କମିଶନ୍‌ଙ୍କ ସୂଚନା ଅନୁଯାୟୀ, ଅପରାହ୍ନ ୫ଟା ସୁଦ୍ଧା ୬୮.୪ ପ୍ରତିଶତ ମତଦାନ ହୋଇଛି ।

Pipili Bypoll
ପିପିଲି ବିଧାନସଭା ଉପନିର୍ବାଚନ: ଦିନ ୧୧ ସୁଦ୍ଧା ୨୪.୭୬% ମତଦାନ

ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଚାଲିଛି। ସକାଳ ୭ଟାରୁ ଭୋଟିଂ ପ୍ରକ୍ରିୟା ଆରମ୍ଭ ହୋଇଛି। ଦିନ ୧୧ ସୁଦ୍ଧା ୨୪.୭୬% ମତଦାନ ହୋଇଛି। ଧୀରେ ଧୀରେ ଭୋଟିଂ ପ୍ରତିଶତ ବଢ଼ୁଥିବା ଦେଖିବାକୁ ମିଳିଛି।

VOTE
ରାତି ପାହିଲେ ପିପିଲି ଉପନିର୍ବାଚନ, ପ୍ରସ୍ତୁତି ଶେଷ.. ମୁତୟନ ହେବେ ୨୦୦୦ ପୋଲିସ

ଆସନ୍ତାକାଲି ପିପିଲି ଉପନିର୍ବାଚନ ଲାଗି ଭୋଟଗ୍ରହଣ । ଏନେଇ ପ୍ରସ୍ତୂତି ଚୂଡାନ୍ତ ପର୍ଯ୍ୟାୟରେ । ପୋଲିଂ ପାର୍ଟି ବୁଥ୍‌ରେ ପହଞ୍ଚିଛନ୍ତି । ୩୦ତାରିଖ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ।

Balanga Police Station
ଛାତିଥରା ବିସ୍ଫୋରଣରେ ଉଡ଼ିଲା ବଳଙ୍ଗା ଥାନା, ଦାୟୀ କିଏ ? କଂଗ୍ରେସ କହିଲା ଭୋଟରଙ୍କୁ ଭୟଭୀତ କରିବାକୁ ଚାଲ୍‌..

ଛାତିଥରା ବିସ୍ଫୋରଣରେ ଉଡ଼ିଲା ବଳଙ୍ଗା ଥାନା । ଛିନଛତ୍ର ଛାତ ଓ କାନ୍ଥ, ଇତଃସ୍ତତ ଆସବାବପତ୍ର । କେତେ ଭୟଙ୍କର ଥିଲା ବ୍ଲାଷ୍ଟ, ସ୍ପଷ୍ଟ ବୟାନ କରୁଛି ଘଟଣାସ୍ଥଳ ଓ ପାରିପାର୍ଶ୍ୱିକ ପରିସ୍ଥିତି ।

Pipili Vote
ଦିନକ ପରେ ଭାଗ୍ୟ ପରୀକ୍ଷା, କିଏ ମାରିବ ବାଜି ? ଭୋଟିଂ ପାଇଁ ପୁଲିଂ ପାର୍ଟି ପ୍ରସ୍ତୁତ

ପିପିଲି ଉପନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି । ଦିନକ ପରେ ଭୋଟ ଗ୍ରହଣ ହେବାକୁ ଥିବାରୁ ବୁଥ୍ ମୁହାଁ ହୋଇଛନ୍ତି ପୋର୍ଲିଂ ପାର୍ଟି । ପୁରୀ ପେଣ୍ଠକଣ୍ଟାରେ ଲାଗି ରହିଛି ପୁଲିଂ ପାର୍ଟିଙ୍କ ଭିଡ ।

Pipili Bye Election
ପିପିଲି ଉପନିର୍ବାଚନ, ସୋମବାର ସନ୍ଧ୍ୟାରେ ସରିବ ପ୍ରଚାର

ପିପିଲି ଉପନିର୍ବାଚନ ପାଇଁ ସୋମବାର ସନ୍ଧ୍ୟାରେ ସରିବ ପ୍ରଚାର । ଏଥିପାଇଁ ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରଚାର ଅଭିଯାନ ଜୋରଦାର ଚଳାଇଛନ୍ତି ।

Pipili
ଲଢେଇ ଚାଲିଛି ପିପିଲିରେ: ଆଜି ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ସମ୍ବିତ ପାତ୍ର

ପିପିଲିରେ ଚାଲିଛି ଘମାଘୋଟ ପ୍ରଚାର। ୩୦ ତାରିଖରେ ଭୋଟ୍ ଥିବା ବେଳେ ପ୍ରଚାର ପାଇଁ ହାତଗଣତି କିଛି ଦିନ ଥିବାରୁ ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପ୍ରଚାରରେ ଲାଗିପଡିଛନ୍ତି

Pipili
ସରଗରମ ପିପିଲି ରାଜନୈତିକ ବଜାର: ଚା’ ଖଟିରେ ଚାଲିଛି ନିର୍ବାଚନ ପ୍ରଚାର

କାଲି ତାରିଖ ଘୋଷଣା ପରେ ଆଜିଠୁ ଗରମ ହେଲାଣି ପିପିଲିର ନିର୍ବାଚନୀ ପାଣିପାଗ। ଚା ଖଟିରେ ପୁଣି ଜମିଲାଣି ଭୋଟ୍ ଚର୍ଚ୍ଚା। ଭୋଟରଙ୍କୁ ଭଳେଇବାକୁ କାଳ ବିଳମ୍ବ ନକରି କାର୍ଯ୍ୟକ୍ରମ ଆରମ୍ଭ କରିଦେଲେଣି ଦୁଇ ପ୍ରମୁଖ ଦଳ ବିଜେପି ଓ ବିଜେଡି। କିନ୍ତୁ ଗତଥର ଭଳି ଏଥର ବି ବ୍ୟାକ ଫୁଟ୍‌ରେ କଂଗ୍ରେସ। ହେଲେ ୪ ମାସ ତଳେ ନିର୍ବାଚନୀ ପ୍ରଚାର ବେଳର ସମାନ ପ୍ରସଙ୍ଗକୁ ନେଇ ପିପିଲିବାସୀଙ୍କ ମନରେ ଏଥର ବି ସେଇ ସମାନ ଅସନ୍ତୋଷ।

Pipili By Election
ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌: ହେଲେ ପିପିଲି ଆସନ ହାତେଇବ କିଏ?

ପିପିଲି ଉପନିର୍ବାଚନ ପାଇଁ ବାଜିଲା ସାନି ବିଗୁଲ୍। ସେପ୍ଟେମ୍ବର ୩୦ରେ ଭୋଟ୍, ଅକ୍ଟୋବର ୩ରେ ହେବ ଭୋଟ୍‌ ଗଣତି। ପ୍ରଦୀପ ମହାରଥୀଙ୍କ ପରଲୋକ ପରେ ଖାଲି ହୋଇଥିବା ଆସନ ଲାଗି ହେବାକୁ ଯାଉଛି ଭୋଟ୍। ପ୍ରଥମେ କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ ପାଇଁ ଘୁଞ୍ଚିଥିଲା ତେବେ ପୁଣି ଦ୍ୱିତୀୟ ଥର କୋଭିଡ୍ ଦ୍ୱିତୀୟ ଲହର ସ୍ଥିତି ପାଇଁ ସ୍ଥଗିତ ଥିଲା।

Ratha jatra
ଏହି ସ୍ଥାନରୁ ତୁଳସୀ ଗଲେ ମହାପ୍ରଭୁଙ୍କର ହୁଏ ନୀତିକାନ୍ତି

ନାମ ସଂକୀର୍ତନ ଚାଲିଛି । ରାମ ନାମରେ ଫାଟି ପଡ଼ୁଛି ଗଗନ ପବନ। ସମସ୍ତଙ୍କ ମୁହଁରେ କେବଳ ସୁବୁଛି ହରିନାମ। ନାମ ସଂକୀର୍ତନରେ ସୃଷ୍ଟି ହେଉଛି ଏକ ଆଧ୍ୟାତ୍ମିକ ପରିବେଶ । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ପିପିଲି ନିକଟ ବାଲିଗାଁରେ ଥିବା ଭକ୍ତ ଶିରୋମଣୀ ଦାସିଆ ବାଉରୀଙ୍କ ପୀଠରେ । ଭକ୍ତ ଦାସିଆଙ୍କ ଛୋଟ କୁଡ଼ିଆଟି ପରିଣତ ହୋଇଛି ଏକ ଆଶ୍ରମରେ । ଯେଉଁଠି ରହିଛି ଦାସିଆଙ୍କ ସମାଧି ପୀଠ । ପୀଠର ମୂଖ୍ୟ ସ୍ଥଳକୁ ଛାଡ଼ିଦେଲେ ରହିଛି ଏକ ତୁଳସୀ ଉଦ୍ୟାନ

 Torturing Minor Daughter Case
ଶିଶୁକୁ ନିର୍ଯାତନା ଅଭିଯୋଗରେ ୨ ଗିରଫ

ଭୁବନେଶ୍ୱର ଉପକଣ୍ଠ ବାଲିପାଟଣାରେ ୭ବର୍ଷର ଶିଶୁକୁ ନିର୍ଯାତନା ଘଟଣାରେ ୨ ଗିରଫ ହୋଇଛନ୍ତି। ପିଲାର ବାପା ବିଲାଲ ଖାଁ ଓ ସାବତ ମାଆକୁ ବାଲିପାଟଣା ପୋଲିସ ଥାନା ଗିରଫ କରିଛି। ଦୁହିଁଙ୍କ ବିରୋଧରେ ୩୦୭ ଭଳି ସଂଗୀନ ଦଫା ଲଗା ଯାଇଥିବା ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ କହିଛନ୍ତି