/odishatv-khabar/media/post_attachments/uploadimage/library/16_9/16_9_0/pm-modi_1625929912.jpg)
pm modi
ଭୁବନେଶ୍ୱର: ବାତ୍ୟା ‘ଫୋନି’ରେ ପ୍ରଭାବିତ ହୋଇଥିବା ଓଡ଼ିଶାକୁ ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିଶ୍ରୁତି ଦେଇଛନ୍ତି। ଏହାସହ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତ କରି ପରିସ୍ଥିତି ଅନୁଧ୍ୟାନ କରିବେ ବୋଲି ଜଣାପଡ଼ିଛି।
ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ କଥା ହୋଇ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଏଭଳି ବିପତ୍ତି ବେଳେ ସାରା ଦେଶ ପ୍ରଭାବିତଙ୍କ ସହିତ ଅଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏଥିସହ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
Spoke to Odisha CM Naveen Patnaik Ji and discussed the situation prevailing due to Cyclone Fani. Assured continuous support from the Central Government in the wake of the cyclone.
The entire nation stands in solidarity with all those affected by the cyclone in different parts.
— Chowkidar Narendra Modi (@narendramodi) May 4, 2019
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)