modi
Advertisment
ଭୁବନେଶ୍ୱର: ଦିନକ ପରେ ଅର୍ଥାତ୍ ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ଏୟାରପୋର୍ଟରୁ ବରମୁଣ୍ଡା ପଡ଼ିଆ ପର୍ଯ୍ୟନ୍ତ ସେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।
Advertisment
ମୋଦି ଏହି ରୋଡ୍ ଶୋ’ ଏୟାରପୋର୍ଟରୁ ବାହାରି ଗଙ୍ଗନଗର, ଓୟୁଏଟି, ଶିରିପୁର ଛକ, ବରମୁଣ୍ଡା ଶିବ ମନ୍ଦିର ଦେଇ ବରମୁଣ୍ଡା ପଡ଼ିଆରେ ପହଞ୍ଚିବ। ଏହାପରେ ବରମୁଣ୍ଡାରେ ଏକ ବିରାଟ ଜନସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରିବେ।
ମୋଦିଙ୍କ ଗସ୍ତ ପାଇଁ ବ୍ଲୁ-ବୁକ୍ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରୁଟ୍ ଲାଇନ, ପାର୍କିଂ, କାରକେଡ, ମିଟିଂ ସ୍ଥଳର ସୁରକ୍ଷା ଅବସ୍ଥା ପୁଲିସ୍ କମିଶନର ଓ ଡିସିପି ଯାଞ୍ଚ କରିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/modi-12-2_1626761140.jpg)